ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଶ୍ରମ ଓ ନିୟୋଜନ ବିଭାଗ ଅତିରିକ୍ତ ସଚିବ ସୁଧାକର ବୁର୍ଗୀଙ୍କୁ ଓଡ଼ିଶା ଖଣିଜ ସମ୍ପଦ ଅଞ୍ଚଳ ବିକାଶ ନିଗମ(ଓମ୍ବାଡକ)ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଛି। ସେହିପରି ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା(ଓରେଡା) ଡେପୁଟି ଡାଇରେକ୍ଟର ବିଷ୍ଣୁପ୍ରିୟା ସାହୁଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଡେପୁଟି ସେକ୍ରେଟାରି, ବିଏମ୍ସି ଡେପୁଟି କମିଶନର ସସ୍ମିତା ସାହୁଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଡେପୁଟି ସେକ୍ରେଟାରି, ଖୋର୍ଦ୍ଧା ଉପଜିଲାପାଳ ଶାନ୍ତନୁ କୁମାର ମହାନ୍ତିଙ୍କୁ ଉଚ୍ଚଶିକ୍ଷା ବିଭାଗର ଡେପୁଟି ସେକ୍ରେଟାରି ଭାବେ ବଦଳି ସହ ତାଙ୍କୁ ମୋ କଲେଜ ଓଏସ୍ଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଖୋର୍ଦ୍ଧା ତହସିଲଦାର ଶୁଭେନ୍ଦ୍ର କୁମାର ସାମଲଙ୍କୁ ପାରଳାଖେମୁଣ୍ଡି ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଥିଲା। ତାଙ୍କୁ ଯୋଜନା ଓ ସଂଯୋଜନା ବିଭାଗରେ ଡେପୁଟି ସେକ୍ରେଟାରି ଭାବେ ନିଯୁକ୍ତି ଦିଆଯାଇଛି। ପାରଳାଖେମୁଣ୍ଡି ବଦଳି ଆଦେଶକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ରଦ୍ଦ କରାଯାଇଛି। କ୍ରୀଡା ଓ ଯୁବସେବା ବ୍ୟାପାର ବିଭାଗର ଅଶୋକ କୁମାର ବେହୁରିଆଙ୍କୁ ଖୋର୍ଦ୍ଧା ଉପଜିଲାପାଳ, ଭୁବନେଶ୍ୱର ବିଡିଓ ତ୍ରିଲୋଚନ ମହାନ୍ତିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଡେପୁଟି ସେକ୍ରେଟାରି ଏବଂ ବଡସାହି ବିଡିଓ ଦିଲୀପ କୁମାର ମହାରଣାଙ୍କୁ ଗଞ୍ଜାମ ଡିଆରଡିଏ ଏପିଡି ଭାବେ ବଦଳି କରାଯାଇଛି।
ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ
କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…
ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…
ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…
ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ
ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…
କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ
କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…
ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…
ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…
୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ
ଭୁବନେଶ୍ୱର,୧୮।୬(ସୁନିତ୍ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…
ଓଏଏସ୍ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….
ଭୁବନେଶ୍ୱର,୧୮।୬(ସୁନିତ୍ ମିଶ୍ର): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍ଡିଏମ୍ଏ (ଓସ୍ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…
ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ
ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…
Archives

