ଓଏଚ୍‌ଆର୍‌ସିରେ ଗୋଳନ୍ଥରା ବସ୍‌ ଟ୍ରାଜେଡି ମାମଲା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଓ ଆହତଙ୍କୁ ୨ ଲକ୍ଷ କ୍ଷତିପୂରଣ ଦାବି କଲା ସମାଜବାଦୀ ପାର୍ଟି

ଭୁବନେଶ୍ୱର,୧୧ା୨(ବ୍ୟୁରେ):ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଗ୍ରାମରେ ୧୧ କେଭି ବିଦ୍ୟୁତ ତାର ବସ୍‌ରେ ଲାଗିଯିବାରୁ ନିର୍ବନ୍ଧ ପାଇଁ ଯାଉଥିବା ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୨ଜଣ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣା ପାଇଁ ବିଦ୍ୟୁତ୍‌ ବିଭାଗର ଅବହେଳା ଓ ବେପରୁଆ ମନୋଭାବକୁ ଦାୟୀ କରି ସମାଜବାଦୀ ପାର୍ଟି ସୋମବାର ରାଜ୍ୟ ମାନବ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଛି। ପାଟିପକ୍ଷରୁ ଏନେଇ ଏକ ପିଟିଶନ କରାଯାଇଛି। ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଓ ଆହତଙ୍କୁ ମାଗଣା ଚିକିତ୍ସା ସହ ୨ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ଦାବି କରାଯାଇଛି।
ପାର୍ଟି ସଭାପତି ରବି ବେହେରା ଓ ସଦସ୍ୟମାନେ ପିଟିଶନରେ ଦର୍ଶାଇଛନ୍ତି ଯେ, ଉକ୍ତ ବସ୍‌ରେ ଥିବା ୪୦ଜଣଙ୍କୁ ମୃତ୍ୟୁମୁଖକୁ ଠେଲି ଦେଇଥିବା ବିଦ୍ୟୁତ୍‌ ବିଭାଗ ଅଧିକାରୀ, ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ, ସାଉଥ୍‌କୋର କାର୍ଯ୍ୟନିର୍ବାହୀ ଓ ପରିବହନ ବିଭାଗ କର୍ତ୍ତୃପକ୍ଷଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉ। ବିଦ୍ୟୁତ୍‌ ବିଭାଗର ଦାୟିତ୍ୱହୀନତା ଯୋଗୁ ରାଜ୍ୟରେ ଗତ ୧୦ ବର୍ଷରେ ୧୧୮୫ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ୧୧୭ ହାତୀ ମରିସାରିଲେଣି। କେବଳ ଗଞ୍ଜାମ ନୁହେଁ, ରାଜ୍ୟର ପ୍ରତ୍ୟେକ ଜିଲାରେ ବିଦ୍ୟୁତ ବିଭାଗର ଅବହେଳାରୁ ଏଭଳି ଅନେକ ଦୁର୍ଘଟଣା ଘଟୁଛି। ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ବିଜୁଳି ଖୁଣ୍ଟ, ତାର, ମୁକୁଳା ଟ୍ରାନ୍ସଫର୍ମର ଆଦିକୁ ତୁରନ୍ତ ସଜଡ଼ାଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବାକୁ ସେମାନେ ପିଟିଶନରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri