ଓଏଚ୍‌ପିସି ଜେନେରାଲ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି

ଧର୍ମଗଡ଼,୨୩।୧୩(ଡି.ଏନ.ଏ.):କଳାହାଣ୍ଡି ଜିଲା ମୁଖିଗୁଡା ଇନ୍ଦ୍ରାବତୀ ଓଏଚ୍‌ପିସିରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ନାରାୟଣ ପ୍ରସାଦ ମେହେର ଗତ ୧୭ ତାରିଖରୁ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ମୁଖିଗୁଡା ଏୟାରଟେଲ ଟାୱାର ନିକଟ ବୁଦା ଆଡୁଆଳରୁ ଠାବ ହୋଇଛି। ବୁଦା ମୂଳରୁ ଦୁର୍ଗନ୍ଧ ହେବାରୁ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ଗତ ୧୭ ତାରିଖରୁ ଅଫିସକୁ ଆସି ସେ ନିଖୋଜ ଥିଲେ। ନିଖୋଜ ପରେ ସ୍ତ୍ରୀ ସୁରେଖା ମେହେର ମୁଖିଗୁଡା ଫାଣ୍ଡିରେ ଅପହରଣ ଓ ନିଖୋଜ ଥିବା ଅଭିଯୋଗ କରିଥିଲେ। ନିଖୋଜକୁ ନେଇ ପୋଲିସର ତଦନ୍ତରେ ଶିଥିଳତା ଯୋଗୁ ସ୍ତ୍ରୀ ଚିନ୍ତାରେ ଥିବାବେଳେ ୬ ଦିନ ପରେ ନିଖୋଜ ମ୍ୟାନେଜରଙ୍କ ଗଳିତ ମୃତଦେହ ଉଦ୍ଧାର ପରେ ଏହା ଏକ ସୁପରିକଳ୍ପିତ ଅପହରଣ ଓ ହତ୍ୟା ବୋଲି ସେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ସୋମବାର ସନ୍ଧାନୀ କୁକୁର ଆସି ସୁରାକ ଖୋଜୁଥିବାବେଳେ ମୁଖିଗୁଡା ଗ୍ରାମବାସୀ ସିବିଆଇ ତଦନ୍ତ ଦାବି କରିବା ସହ ଓଏଚ୍‌ପିସି କର୍ତ୍ତୃପକ୍ଷ, ଅଧିକାରୀ ମଧ୍ୟ ଆସି ନ ଥିବାରୁ ମୃତଦେହକୁ ଅଟକ ରଖି ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ଘଟଣାସ୍ଥଳରେ କଳାହାଣ୍ଡି ଏସ୍‌ପି ବି. ଗଙ୍ଗାଧର ପହଞ୍ଚି ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri