Posted inଜାତୀୟ

ଓଏନ୍‌ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍‌ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍‌ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍‌ଜିସିର କୋଲ୍ଡ ଷ୍ଟୋରରେ ଏହି ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଏହି କୋଲ୍ଡ ଷ୍ଟୋରରେ ବହୁ ଲୋକ ଫସି ରହିଥିବା ଅନୁମାନ କରାଯାଉଛି। ଏମାନଙ୍କ ମଧ୍ୟରୁ ୫ ଜଣଙ୍କୁ ବାହାରକୁ ବାହର କରାଯାଇଥିଲେ ମଧ୍ୟ ପରେ ସେମାନଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ୮ଜଣ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିଆଁର ଭୟାବହତାକୁ ଦେଖି ଆଖପାଖ ଅଞ୍ଚଳକୁ ଖାଲି କରି ଦିଆଯାଇଛି। ୧୨ରୁ ଊର୍ଦ୍ଧ୍ୱ ଦମକଳ ଗାଡି ସହ ଓଏନ୍‌ଜିସିର କର୍ମଚାରୀମାନେ ମଧ୍ୟ ନିଆଁଲିଭା କାର୍ଯ୍ୟରେ ସହଯୋଗ କରୁଛନ୍ତି। ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି। ତେବେ ଗ୍ୟାସ୍‌ ପ୍ରୋସେସିଙ୍ଗ ଓ ସପ୍ଲାଇକୁ ବନ୍ଦ କରି ଦିଆଯାଇଛି। ସୂଚନାଯୋଗ୍ୟ, ଏହି ଦୁର୍ଘଟଣାରେ କେତେଜଣ ସାଧାରଣ ଲୋକ ମଧ୍ୟ ପ୍ରାଣ ହରାଇଥାଇ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ କମର କଷିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀ ପିନ୍ଧିଥିବା ଶାଢ଼ୀରେ ତଣ୍ଟି ଚିପି…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri