Posted inଜାତୀୟ

ଓକିଲଙ୍କ କ୍ରମାଗତ ଧର୍ମଘଟକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ,୨୨ା୨(ପି.ଟି.): ପାକିସ୍ତାନ ସ୍କୁଲ୍‌ରେ ବୋମା ଫୁଟିବା, ନେପାଳରେ ଭୂମିକମ୍ପ ହେବା ଭଳି କାରଣକୁ ନେଇ ଓକିଲମାନେ ବାରମ୍ବାର ଧର୍ମଘଟ କରୁଥିବାରୁ ସୁପ୍ରିମକୋର୍ଟ ଏଥିରେ କ୍ଷୁବ୍ଧ ହୋଇଛନ୍ତି। ଏଭଳି ଜୋକ୍‌ ବନ୍ଦ କରିବାକୁ ସର୍ବୋଚ୍ଚ ଅଦାଲତ ସେମାନଙ୍କୁ ତାଗିଦ କରିଛନ୍ତି। ଉତ୍ତରାଖଣ୍ଡର ୩ଟି ଜିଲାରେ ଗତ ୩୫ ବର୍ଷ ହେଲା ସବୁ କାର୍ଯ୍ୟଦିବସ ଶନିବାର ଆଇନଜୀବୀମାନେ ଧର୍ମଘଟ ଚଳାଇଥିବାରୁ ଏହା ସୁପ୍ରିମକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଡେରାଡୁନ୍‌ ସମେତ ହରିଦ୍ୱାର ଓ ଉଧାମସିଂ ନଗରର କେତେକ ଅଞ୍ଚଳରେ ଆଇନଜୀବୀମାନେ ପ୍ରତି କାର୍ଯ୍ୟଦିବସ ଶନିବାର କୋର୍ଟ ବର୍ଜନ କରି ଧର୍ମଘଟ କରୁଥିବାରୁ ଉତ୍ତରାଖଣ୍ଡ ହାଇକୋର୍ଟ ଏହାକୁ ବେଆଇନ ଦର୍ଶାଇଥିଲେ। ହାଇକୋର୍ଟଙ୍କ ରାୟ ବିରୋଧରେ ଏକ ପିଟିଶନର ଶୁଣାଣି ବେଳେ ସର୍ବୋଚ୍ଚ ଅଦାଲତ ଉପରୋକ୍ତ ମତ ଦେଇଛନ୍ତି।
ଓକିଲ ଧର୍ମଘଟ ଯୋଗୁ କୋର୍ଟ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବହୁସଂଖ୍ୟାରେ ମାମଲା ବିଚାର ହୋଇ ନ ପାରି ପଡ଼ିରହୁଛି। ମୂଲ୍ୟବାନ କାର୍ଯ୍ୟଦିବସ ନଷ୍ଟ ହେଉଛି। ହାଇକୋର୍ଟ ଏ ସମ୍ପର୍କରେ ଲ କମିଶନଙ୍କୁ ଜଣାଇଥିଲେ। ସେତେବେଳକୁ ଡେରାଡୁନ୍‌ରେ ଓକିଲଙ୍କ ଧର୍ମଘଟ ୪୫୫ ଦିନ ହୋଇଥିବାବେଳେ ହରିଦ୍ୱାର ଜିଲାରେ ୫୧୫ ଦିନ ହୋଇଥିଲା,ଯାହା ପଛରେ କୌଣସି ଯଥାର୍ଥ କାରଣ ନ ଥିଲା। ଏହାର ଶୁଣାଣି କରି ଜଷ୍ଟିସ୍‌ ଅରୁଣ ମିଶ୍ର ଓ ଏମ୍‌.ଆର୍‌. ଶାହଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ବିସ୍ଫୋରଣ, ଭୂକମ୍ପ, ବର୍ଷା ଭଳି ଘଟଣା ଦେଶର ସବୁଆଡେ ଘଟୁଛି। ଏହାକୁ ନେଇ ପ୍ରତି ଶନିବାର ଧର୍ମଘଟ ଚଳାଇବାକୁ ବାର୍‌ ଆସୋସିଏଶନ କିପରି କହିପାରିବ ବୋଲି ଖଣ୍ଡପୀଠ କହିଛନ୍ତି। ଏଭଳି କାର୍ଯ୍ୟକୁ ଅନୁମତି ଦିଆଯାଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?