ଓକିଲସଂଘ ନିର୍ବାଚନ ଲାଗି ସରିଲା ପ୍ରାର୍ଥିପତ୍ର ଦାଖଲ: ଆଗକୁ ହେବ ଲଢେଇ

ପୁରୁଷୋତ୍ତମପୁର,୧୨।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ନିର୍ବାଚନ ଅଧିକାରୀ ବାସୁଦେବ ଜେନାଙ୍କ ତତ୍ୱାବଧାନରେ ମଙ୍ଗଳବାର ଶେଷ ହୋଇଛି।

ସଭାପତି ପଦବି ଲାଗି ସ୍ବରାଜ୍ୟ ପାଣିଗ୍ରାହୀ, ପ୍ରଭାତ କୁମାର ପଟ୍ଟନାୟକ, ରମାରଞ୍ଜନ ଦାଶ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ଉପସଭାପତି ପଦବି ଲାଗି ଦୂର୍ଗାଚରଣ ଦାଶ ଓ ରାମଚନ୍ଦ୍ର ଆଚାର୍ଯ୍ୟ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି।

ସେହିପରି ସମ୍ପାଦକ ପଦବି ଲାଗି ରବିନ୍ଦ୍ର କୁମାର ସାହୁ, ଅମ୍ରେଶ ତ୍ରୀପାଠୀ ଓ ପ୍ରଶାନ୍ତ କୁମାର ପାଢୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସହସମ୍ପାଦକ ପଦବି ଲାଗି ନିରଞ୍ଜନ ବେହେରା ଜଣେମାତ୍ର ପାର୍ଥୀଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀମାନେ ନିଜ ପ୍ରସ୍ତାବକ ଓ ସମର୍ଥକଙ୍କ ସହ ଆସି ନିର୍ବାଚନ ଅଧିକାରୀଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏନେଇ କୋର୍ଟ ପରିସର ବେଶ୍‌ ସରଗରମ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri