Posted inଖେଳ

ଓଜନିଆକିଙ୍କୁ ହରାଇଲେ ଆଣ୍ଡ୍ରେସ୍କୁ

ନ୍ୟୁୟର୍କ,୧।୯-ଚଳିତ ୟୁଏସ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ୧୫ତମ ସିଡ୍‌ ତଥା କାନାଡାର ବିନାକା ଆଣ୍ଡ୍ରେସ୍କୁ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଶନିବାର ଏକ ମହିଳା ସିଙ୍ଗଲ୍ସରେ ଏହି ୧୯ ବର୍ଷୀୟା ଖେଳାଳି ୬-୪, ୬-୪ ସେଟ୍‌ରେ ପୂର୍ବତନ ଅଷ୍ଟ୍ରେଲିଆନ ଓପନ ଚାମ୍ପିୟନ ଡେନମାର୍କର କାରୋଲିନ୍‌ ଓଜନିଆକିଙ୍କୁ ହରାଇ ଦେଇଛନ୍ତି। ଆଣ୍ଡ୍ରେସ୍କୁ ପରବର୍ତ୍ତୀ ରାଉଣ୍ଡରେ ଆମେରିକାର ଟେଲର ଟାଉନ୍‌ସେଣ୍ଡ୍‌ଙ୍କୁ ଭେଟିବେ। ଅନ୍ୟ ଏକ ମ୍ୟାଚରେ ବିଶ୍ୱର ୧୧୬ ନମ୍ବର ଖେଳାଳି ଟାଉନ୍‌ସେଣ୍ଡ୍‌ ରୋମାନିଆର ସୋରାନା ସିରଷ୍ଟିଙ୍କୁ ୭-୫, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ପୂର୍ବରୁ କାରୋଲିନା ମୁଚୋଭାଙ୍କ ବିପକ୍ଷରେ ସେରେନା ଓ୍ବିଲିୟମ୍ସ ୬-୩, ୬-୨ ସିଧାସଳଖ ସେଟ୍‌ରେ ସହଜ ବିଜୟ ହାସଲ କରିଛନ୍ତିି। ଆଶଲେ ବାର୍ଟିଙ୍କର ମଧ୍ୟ ବିଜୟ ଧାରା ଜାରି ରହିଛି। ଦ୍ୱିତୀୟ ସିଡ୍‌ ଖେଳାଳି ମାରିଆ ସାକାରିଙ୍କୁ ୭-୫, ୬-୩ ସେଟ୍‌ରେ ପରାସ୍ତ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ୭ମ ସିଡ୍‌ କେଇ ନିଶିକୋରି ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ଅଷ୍ଟ୍ରେଲିଆର ଆଲେକ୍ସ ମିନାଉର ତାଙ୍କୁ ଏକ ୪ ସେଟ୍‌ ବିଶିଷ୍ଟ ମ୍ୟାଚରେ ୬-୨, ୬-୪, ୨-୬, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। କାରୋଲିନା ପ୍ଲିସକୋଭାଙ୍କୁ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହେବା ଲାଗି କିଛିଟା କଷ୍ଟ ସ୍ବୀକାର କରିବାକୁ ପଡ଼ିଛି। ସେ ଓନସ ଜାବେଉରଙ୍କୁ ୬-୧, ୪-୬, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ଅନ୍ୟପକ୍ଷରେ ବ୍ରିଟିଶ ନମ୍ବର ଓ୍ବାନ ଖେଳାଳି ଜୋହାନ କୋଣ୍ଟା ତାଙ୍କ ମ୍ୟାଚରେ ସହଜ ବିଜୟ ହାସଲ କରିଛନ୍ତି। ସେ ୬-୨, ୬-୩ ସିଧାସଳଖ ସେଟ୍‌ରେ ଶୁଆଇ ଝାଙ୍ଗ୍‌ଙ୍କୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri