Posted inରାଜ୍ୟ

ଓଜେଇଇ ଫଳ ପ୍ରକାଶିତ: ସ୍ମିତାରାଣୀ ଏମ୍‌ସିଏ ଟପ୍ପର

ମହାକାଳପଡ଼ା, ୨୦।୬ (ଡି.ଏନ୍‌.ଏ.): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ବୁଧବାର ପ୍ରକାଶ ପାଇଛି। ଓଜେଇଇ ଏମ୍‌ସିଏରେ ମହାକାଳପଡ଼ା ବ୍ଲକ ମହାକାଳପଡ଼ା ଗ୍ରାମର ହରପ୍ରିୟା ଓ ଶିବପ୍ରସାଦ ଚୌଧୁରୀଙ୍କ ଝିଅ ସ୍ମିତାରାଣୀ ଓଡ଼ିଶା ଟପ୍ପର ହୋଇଛନ୍ତି। ସ୍ମିତାରାଣୀ ପିଲାଦିନୁ ଖୁବ୍‌ ମେଧାବୀ ଥିଲେ। ଭୁବନେଶ୍ୱରସ୍ଥିତ ଋତୁପଲ୍ଲୀ ସ୍କୁଲରୁ ମାଟ୍ରିକ ପାସ୍‌ କରିବା ପରେ ଷ୍ଟଓ୍ବୋର୍ଟ ସ୍କୁଲରେ ଯୁକ୍ତ ୨ ବିଜ୍ଞାନ ପଢ଼ିଥିଲେ। ସେଠାରୁ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ସ୍ମିତାରାଣୀ ଅଡ଼ଶପୁରସ୍ଥିତ ଉଦୟନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୩ ବିଜ୍ଞାନରେ ନାମ ଲେଖାଇଥିଲେ। ମା’ବାପାଙ୍କର ଇଚ୍ଛା ଝିଅ ପଦାର୍ଥ ବିଜ୍ଞାନରେ ଅଧ୍ୟାପିକା ହେବ, ହେଲେ ଏମ୍‌ସିଏ କରିବା ପାଇଁ ମନ କରି ସେଥିପାଇଁ ଦିନକୁ ୭ରୁ ୮ଘଣ୍ଟା ପରିଶ୍ରମ କରୁଥିଲେ ସ୍ମିତାରାଣୀ। ଓଜେଇଇ ପରୀକ୍ଷାରେ କୃତିତ୍ୱ ଲାଭ କରିବା ପରେ ସ୍ମିତାରାଣୀଙ୍କ ପରିବାର ଲୋକେ ଅତ୍ୟନ୍ତ ଖୁସି ବ୍ୟକ୍ତ କରିଛନ୍ତି। ତାଙ୍କ ବାପା ଶିବପ୍ରସାଦ କହିଛନ୍ତି, ପିଲାଦିନୁ ପାଠପଢ଼ା ପ୍ରତି ସ୍ମିତାର ଖୁବ୍‌ ଆଗ୍ରହ ଥିଲା। ସେ ଏମ୍‌ସିଏ ପଢ଼ିବ ଭାବି କଠିନ ପରିଶ୍ରମ ମଧ୍ୟ କରିଥିଲା। ତା’ର ଦୃଢ଼ ଇଚ୍ଛାଶକ୍ତି, ଗୁରୁଜନଙ୍କ ଆଶୀର୍ବାଦ ଯୋଗୁ ସେ ଏହି ସଫଳତା ପାଇଛି ବୋଲି ତାଙ୍କ ବାପା କହିଛନ୍ତି। ପାଠପଢ଼ା ସହ ପେଣ୍ଟିଂ, ନାଚ, ଗୀତ ଆଦିରେ ତାଙ୍କର ବେଶ୍‌ ରୁଚି ରହିଛି। ଓଡ଼ିଶୀ ନୃତ୍ୟରେ ସଫଳତା ଅର୍ଜନ କିବା ସହ ୨୦୧୧ରେ ସେ ନବମ ଶ୍ରେଣୀରେ ପଢୁଥିବା ସେ ଗିନିଜ୍‌ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଛନ୍ତି। ସ୍ମିତାରାଣୀଙ୍କ ସଫଳତା ସମ୍ପର୍କରେ ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ସ୍ଥାନୀୟ ଅଞ୍ଚଳର ବହୁ ଶିକ୍ଷାବିତ୍‌, ବୁଦ୍ଧିଜୀବୀ ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri