Posted inଖେଳ

ଓଡବ୍ଲ୍ୟୁଏସିର ମହିଳା ବାଇକ୍‌ ରାଲି

ଭୁବନେଶ୍ୱର, ୨୩।୯(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଓମେନ୍ସ ଆଡ୍‌ଭେଞ୍ଚର କ୍ଲବ (ଓଡବ୍ଲ୍ୟୁଏସି) ଆନୁକୂଲ୍ୟରେ ରବିବାର ଏକ ମହିଳା ବାଇକ୍‌ ରାଲି ଆୟୋଜିତ ହୋଇଛି। ଏହି ରାଲି ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ରାମମନ୍ଦିର, ରୂପାଲି, ଆଚାର୍ଯ୍ୟବିହାର ଛକ ଦେଇ ରବୀନ୍ଦ୍ରମଣ୍ଡପଠାରେ ଶେଷ ହେଇଥିଲା। ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଉପଲକ୍ଷେ ଆୟୋଜିତ ଏହି ରାଲିରେ ପୁରୀ, କଟକ ଓ ଭୁବନେଶ୍ୱରରୁ ଶତାଧିକ ମହିଳା ଏହି ରାଲିରେ ଯୋଗ ଦେଇଥିଲେ। ରାଲି ମାଧ୍ୟମରେ ଆରୋହିମାନେ ଟ୍ରାଫିକ୍‌ ସଚେତନତା ସୃଷ୍ଟି କରିଥିଲେ। ଟ୍ରାଫିକ୍‌ ଡିସିପି ସାଗରିକା ନାଥ ପତାକା ଦେଖାଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ବିଧାୟକ ଅନନ୍ତ ନାରାୟଣ ଜେନା ମୁଖ୍ୟ ଅତିଥିଭାବେ ଉପସ୍ଥିତ ଥିଲେ। ଓଡବ୍ଲ୍ୟୁଏସି ୧୯୯୨ରେ ପ୍ରତିଷ୍ଠାଲାଭ କରି ଓଡ଼ିଶାରେ ବିଭିନ୍ନ କାର୍ଯ୍ୟକ୍ରମମାନ କରି ଆସୁଛି। ଅନୁଷ୍ଠାନର ସମ୍ପାଦିକା ମଧୁସ୍ମିତା ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବାଇକ୍‌ ରାଲି ସଫଳତାର ସହ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri