Posted inରାଜ୍ୟ

ଓଡ଼ଗାଁ ତହସିଲ ହରିଡ଼ାବନ୍ଧ ଗ୍ରାମରେ ଅଗ୍ନିକାଣ୍ଡ: ୮ ବଖରା ପୋଡିଗଲା, ୨ ବଳଦ ଜୀବନ୍ତ ଦଗ୍ଧ

ଓଡ଼ଗାଁ,୨ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଅନ୍ତର୍ଗତ ହରିଡ଼ାବନ୍ଧ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୪ ପରିବାରଙ୍କ ୮ ବଖରା ଜଳିଯାଇଛି ା ରାତିସାରା ବର୍ଷା ହେଉଥିବା ବେଳେ ବିଦ୍ୟୁତ୍‌ ଶର୍ଟସର୍କିଟରୁ ଗୁହାଳ ଘରେ ନିଆଁ ଲାଗି ଚାରିଆଡ଼କୁ ବ୍ୟାପିଥିଲା। ଏହି ଅଗ୍ନିକାଣ୍ଡରେ ଗୋପୀନାଥ ପଲେଇଙ୍କ ୨ ବଖରା ଜଳିଯିବା ସହ ୨ ବଳଦ ଜୀବନ୍ତ ଦଗ୍ଧ ହୋଇଛନ୍ତି। ସେହିପରି ଲୋକନାଥ ପଲେଇଙ୍କ ୨ ବଖରା ଜଳିଯାଇଥିବା ବେଳେ ତାଙ୍କ ବୋହୂ ନିଆଁରେ ପୋଡି ଆହତ ହୋଇଛନ୍ତି। ତାଙ୍କର ଦୁଇ ବଳଦ ଅର୍ଦ୍ଧଦଗ୍ଧ ହୋଇଥିବା ଜଣାପଡ଼ିଛି। ଜଗନ୍ନାଥ ପଲେଇ ଓ ମଞ୍ଜୁଲତା ପଲେଇଙ୍କର ମଧ୍ୟ ଦୁଇ ବଖରା ଲେଖାଏ ପୋଡିଯାଇଛି। ଜଗନ୍ନାଥ ନିଜେ ନିଆଁରେ ପୋଡି ଆହତ ହୋଇଥିବା ବେଳେ ତାଙ୍କର ଗୋଟିଏ ବଳଦ ପୋଡି ଆଂଶିକ ଆହତ ହୋଇଛି। ଘରର ସମସ୍ତଙ୍କ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଥିଲା। ନିଆଁ ଲିଭାଇବାକୁ ଯାଇଥିବା ଓଡ଼ଗାଁ ଦମକଳ ବାହିନୀ ପ୍ରକାଶ କରିଛନ୍ତି ା କ୍ଷତିଗ୍ରସ୍ତ ପରିବାରଙ୍କୁ ତୁରନ୍ତ ସରକାରୀ ସହାୟତା ପାଇଁ ଦାବି ହୋଇଛି ା ଶରଣକୁଳ ପ୍ରାଣୀ ଚିକିତ୍ସକ ମୃତ ୨ ବଳଦଙ୍କ ଶବ ବ୍ୟବଚ୍ଛେଦ କରିଥିବା ବେଳେ ଆହତ ବଳଦଙ୍କ ଚିକିତ୍ସା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri