ଓଡ଼ିଆ ପ୍ରତି କେନ୍ଦ୍ର ସାହିତ୍ୟ ଏକାଡେମିର ବୈମାତୃକ ମନୋଭାବ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଜାତୀୟ ସାହିତ୍ୟ ଉତ୍ସବ ଆୟୋଜିତ ହୋଇଛି। ନୂଆଦିଲ୍ଲୀଠାରେ ଗତ ୨୪ ତାରିଖରୁ ଆରମ୍ଭ ହୋଇଥିବା ଏହି ଉତ୍ସବ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ‘ଫେଷ୍ଟିଭାଲ ଅଫ୍‌ ଲେଟର୍ସ’ ଶୀର୍ଷକ ଉତ୍ସବର ନିମନ୍ତ୍ରଣ ପତ୍ର ଉପରେ ବିଭିନ୍ନ ଭାରତୀୟ ଭାଷାରେ ଲେଖାଯାଇଛି। ହେଲେ ଓଡ଼ିଆ ଭାଷା ବ୍ୟତୀତ ଅନ୍ୟସବୁ ଭାଷା ଏଥିରେ ଉଲ୍ଲେଖ ରହିଥିବା ଦେଖିବାକୁ ମିଳିଛି। ଭାରତରେ ଶାସ୍ତ୍ରୀୟ ମାନ୍ୟତାପ୍ରାପ୍ତ ଭାଷାଗୁଡ଼ିକ ମଧ୍ୟରୁ କେବଳ ଓଡ଼ିଆକୁ ଏଥିରେ ଅପମାନିତ କରାଯାଇଛି। ଓଡ଼ିଆ ଭାଷା ପ୍ରତି ବୈମାତୃକ ମନୋଭାବ ପୋଷଣ ଓ ଭାଷା ପ୍ରତି ବିଦ୍ୱେଷ କରାଯାଇଥିବା ଅଭିଯୋଗ କରିଛି ଭାଷା ଆନ୍ଦୋଳନ। ଭାଷା ଆନ୍ଦୋଳନ ସଭାପତି ତଥା ଓଡ଼ିଶା ନାଗରିକ ମଞ୍ଚର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ ଏଭଳି ଆଚରଣକୁ ନିନ୍ଦା କରିବା ସହ କେନ୍ଦ୍ର ସାହିତ୍ୟ ଏକାଡ଼େମି ଶୀଘ୍ର ତ୍ରୁଟି ସଂଶୋଧନ କରିବା ସହ ଓଡ଼ିଆ ଜାତି ନିକଟରେ କ୍ଷମା ଭିକ୍ଷା କରିବାକୁ ଦାବି କରିଛନ୍ତି। ଏ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଅବଗତ କରାଯାଇଛି ଏବଂ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଦାବି କରାଯାଇଛି ବୋଲି ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ମୁଖପାତ୍ର ଅରବିନ୍ଦ ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri