ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର କାର୍ଯ୍ୟଧାରା ବଦଳିବ: ଓଡ଼ିଆରେ ହେବ ନଥି କାର୍ଯ୍ୟ

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମସ୍ତ ସରକାରୀ ନଥି କାର୍ଯ୍ୟ ଶତପ୍ରତିଶତ ଓଡ଼ିଆରେ ହେବ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ର ଉପରେ ଗୁରୁତ୍ୱ ଦିଆଯିବା ସହ ସମସ୍ତ କାର୍ଯ୍ୟପ୍ରଣାଳୀକୁ ତ୍ୱରାନ୍ବିତ କରିବା ଲାଗି ଏବେ ତତ୍ପରତା ପ୍ରକାଶ ପାଇଛି। ଏ ପରିପ୍ରେକ୍ଷୀରେ ଶନିବାର ବିଭାଗୀୟ ସମ୍ମିଳନୀ କକ୍ଷରେ ବିଭାଗର ନିର୍ଦ୍ଦେଶକ ବିଜୟ ନାୟକଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ସ୍ବତନ୍ତ୍ର ଶାସନ ସଚିବ ରାମକୃଷ୍ଣ ସାହୁ ଯୋଗ ଦେଇଥିଲେ। ଏହି ଅବସରରେ ସରକାରଙ୍କ ଦ୍ବାରା ନିଆଯାଇଥିବା ଗୋଷ୍ଠୀଗତ କାର୍ଯ୍ୟ, ପ୍ରଶାସନିକ ସ୍ବଚ୍ଛତା, ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ, ସମୟାନୁବର୍ତ୍ତିତା, ସଫଳ ରୂପାୟନ ଉପରେ ଧ୍ୟାନ ଦେବା ପାଇଁ ପ୍ରମୁଖ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ।
ବିଭାଗ ପକ୍ଷରୁ ପରିଚାଳିତ ବିଭିନ୍ନ ଯୋଜନା ଯଥା ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା, ବିଭିନ୍ନ ସାଂସ୍କୃତିକ ସଂସ୍ଥାକୁୁ ଅନୁଦାନ ପ୍ରଦାନ, ରାଜ୍ୟସ୍ତରୀୟ ଲୋକକଳା ଦିବସ ପାଳନ, ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ୩ ମଣ୍ଡପକୁ ଭଡା ସୂତ୍ରରେ ପ୍ରଦାନ ଇତ୍ୟାଦି କାର୍ଯ୍ୟ ଅନ୍‌ଲାଇନ ମାଧ୍ୟମରେ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କଳାକାରମାନଙ୍କର ଭତ୍ତା ଆବେଦନ, ଭତ୍ତା ବଣ୍ଟନ ଓ କଳାକାରମାନଙ୍କର ଏକ ତାଲିକା ପ୍ରସ୍ତୁତ କରି ଓ୍ବେବସାଇଟ୍‌ରେ ଜନସାଧାରଣଙ୍କ ଅବଗତି ନିମନ୍ତେ ପ୍ରସ୍ତୁତ କରିବା ପାଇଁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri