‘ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ କରାଯାଉ’

ବାଲେଶ୍ୱର ଅଫିସ,୧୧।୭- ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ ପରିଚାଳନା କରାଯାଉ ବୋଲି ବାଲେଶ୍ୱର ଉତ୍କଳ ସମ୍ମିଳନୀ ଶାଖା ପକ୍ଷରୁ ଦାବି କରାଯାଇଛି। ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ଶାଖା ସଭାପତି ପଣ୍ଡିତ ସୁରେନ୍ଦ୍ର ନାଥ କରଙ୍କ ତତ୍ତ୍ୱାବଧାନରେ ଏକ ପ୍ରତିନିଧି ଦଳ ଜିଲା ଜଜ୍‌ଙ୍କ ଜରିଆରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ଏକ ନିବେଦନପତ୍ର ପଠାଇଛନ୍ତି। ଉଚ୍ଚ ନ୍ୟାୟାଳୟ ସମେତ ସମସ୍ତ ନିମ୍ନ ଅଦାଲତର କାର୍ଯ୍ୟ ଓଡ଼ିଆ ଭାଷାରେ କରାଯିବା ଲାଗି ନିର୍ଦ୍ଦେଶ ଦେବାକୁ ଏଥିରେ ଅନୁରୋଧ କରାଯାଇଛି।
ଓଡ଼ିଆ ଭାଷା ସାମ୍ବିଧାନିକ ସ୍ବୀକୃତି ଓ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇବା ପରଠାରୁ ଓଡ଼ିଆ ଭାଷାରେ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟ କରିବା ଲାଗି ଉତ୍କଳ ସମ୍ମିଳନୀ ସମେତ ବିଭିନ୍ନ ସାଂସ୍କୃତିକ ଏବଂ ଗଣସଂଗଠନ ଦାବି କରି ଆସୁଛନ୍ତି । ଏହାମଧ୍ୟରେ ରାଜ୍ୟ ସରକାର ସମସ୍ତ ବିଭାଗକୁ ମାତୃଭାଷା ଓଡ଼ିଆରେ କାର୍ଯ୍ୟ କରିବା ଏବଂ ସମସ୍ତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନର ନାମଫଳକ ଓଡ଼ିଆଭାଷାରେ ଲେଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଓଡ଼ିଆ ସମେତ ଅନ୍ୟ ୫ଟି ଆଞ୍ଚଳିକ ଭାଷାରେ ଅଦାଲତ କାର୍ଯ୍ୟ କରିବା ସପକ୍ଷରେ ଗତ ସପ୍ତାହରେ ଆଦେଶ ଦେଇଥିବା ସୂଚନା ଗଣମାଧ୍ୟମରେ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଆ ଭାଷାରେ କୋର୍ଟ ପରିଚାଳନା କରିବା ଲାଗି ସାରା ରାଜ୍ୟରେ ଉତ୍କଳ ସମ୍ମିଳନୀ ସମେତ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି ହୋଇଛି। ବୁଧବାର ନିବେଦନପତ୍ର ପ୍ରଦାନ ବେଳେ ଶାଖାର ସମ୍ପାଦକ ଦୀନବନ୍ଧୁ ଲେଙ୍କା, ବସନ୍ତଲତା ପଟ୍ଟନାୟକ, ଗୋପୀନାଥ ଶତପଥୀ, ତ୍ରିଦୀପ ନାୟକ, ସୀତାରାମ ପ୍ରଧାନ, ଅନସୂୟା ନାୟକ, ବେଣୁଧର ପାଳ, ଗୌରାଙ୍ଗ ପାଣିଗ୍ରାହୀ, ସନାତନ ଦାସ, କଲ୍ୟାଣୀ ନନ୍ଦ, ବିଧାନ ଚନ୍ଦ୍ର ରାୟ, ହେମଲତା ଦାସ, ଦେବବ୍ରତ ପାଣିଗ୍ରାହୀ, ଜ୍ଞାନରଞ୍ଜନ ପରିଡ଼ା, କ୍ଷିତୀଶ୍ୱର ଦାସ ଓ ବନମାଳୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri