‘ଓଡ଼ିଆଙ୍କ ବୌଦ୍ଧିକ କ୍ଷମତାକୁ ହେୟଜ୍ଞାନ କରୁଛନ୍ତି ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାୟ ୩୦ରୁ ଅଧିକ ଦିନ ହେଲା ନିର୍ବାଚନ ପ୍ରଚାର ଆରମ୍ଭ କରିଥିବା ବେଳେ ପ୍ରଚାର ଶେଷ ହେବାକୁ ବସିଲାଣି। ମାତ୍ର ଏ ପର୍ଯ୍ୟନ୍ତ କେଉଁ ପ୍ରସଙ୍ଗ ଉପରେ ବିଜେଡି ନିର୍ବାଚନ ଲଢୁଛି ସେନେଇ ମୁଖ୍ୟମନ୍ତ୍ରୀ ମୁହଁ ଖୋଲୁନାହାନ୍ତି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାଳି ଦେବା ଏବଂ ତାଙ୍କ ପ୍ରତି ଅସୂୟାଭାବ ପ୍ରକାଶ କରିବା ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାରର ପ୍ରସଙ୍ଗ ହୋଇଛି। ଚାରିଥର ମୁଖ୍ୟମନ୍ତ୍ରୀ ରହିବା ପରେ ନବୀନ ବାବୁ କ’ଣ କରିଛନ୍ତି ତାହାକୁ ରାଜ୍ୟବାସୀଙ୍କ ଆଗରେ ଉପସ୍ଥାପିତ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଶ୍ନ କରିଛନ୍ତି। ସାମାଜିକ ଗଣମାଧ୍ୟମ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରି ଧର୍ମେନ୍ଦ୍ର କହିଛନ୍ତି, ବାସ୍ତବ କଥା ହେଉଛି ୧୯ବର୍ଷରେ ବିଜେଡି ସରକାର କ’ଣ କରିଛି ଏକଥା କହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସତସାହସ ଓ ନୈତିକତା ନାହିଁ। କେବଳ ମନଗଢ଼ା କଥା କହି ସେ ଓଡିଆ ଲୋକଙ୍କ ବୌଦ୍ଧିକ କ୍ଷମତାକୁ ହେୟଜ୍ଞାନ କରୁଛନ୍ତି। ଦଳେ ନକଲି ଓଡ଼ିଆଙ୍କ ପରାମର୍ଶରେ ରାଜ୍ୟବାସୀଙ୍କୁ କିଛି ବି କହି ପାର୍‌ ହୋଇଯିବା କଥା ମୁଖ୍ୟମନ୍ତ୍ରୀ ଭାବୁଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି। ସେ ଆହୁରି କହିଛନ୍ତି, ଦେଶରେ ଅସ୍ଥିର ସରକାର ହେବ ବୋଲି ମୁଖ୍ୟମନ୍ତ୍ରୀ ଭବିଷ୍ୟବାଣୀ କରିଛନ୍ତି। ଏ ପ୍ରକାର ଭବିଷ୍ୟତବାଣୀ ୨୦୧୪ରେ କରିଥିଲେ ମଧ୍ୟ ଭାରତର ପରିପକ୍ୱ ଗଣତନ୍ତ୍ର ନରେନ୍ଦ୍ର ମୋଦିଙ୍କୁ ବଡ଼ ଦାୟିତ୍ୱ ଓ ଅଧିକାର ଦେଲା। ଚଳିତ ଥର ମୋଦିଙ୍କୁ ପୂର୍ବପେକ୍ଷା ଆହୁରି ଅଧିକ ବଡ଼ ଦାୟିତ୍ୱ ମିଳିବ। ବିଶେଷକରି ମୋଦିଙ୍କ ଉପରେ ଜନ ଆଶୀର୍ବାଦରେ ଓଡ଼ିଶାର ଭୂମିକା ରହିବ। ୩ ପର୍ଯ୍ୟାୟ ନିର୍ବାଚନରେ ଓଡ଼ିଶାର ୩କୋଟି ୨୪ଲକ୍ଷ ଲୋକ ମୋଦିଙ୍କୁ ଆଶୀର୍ବାଦ କରିଥିବା ବେଳେ ଶେଷ ବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ମଧ୍ୟ ଓଡିଆ ଲୋକମାନେ ନରେନ୍ଦ୍ର ମୋଦିଙ୍କ ସହ ଯିବେ। କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଅଭୂତପୂର୍ବ ଜନସମର୍ଥନ ଦେଖାଯାଇଛି। ଓଡ଼ିଆ ଲୋକମାନେ ଏଥର ମୋଦିଙ୍କୁ ଆଶୀର୍ବାଦ କରି ଓଡ଼ିଶାରେ ଭାଜପାର ଡବଲ ଇଞ୍ଜିନର ସରକାର କରିବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥତ୍ପତ୍ର ଯାଞ୍ଚ ଶେଷ: ୧୪ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ବଳବତ୍ତର, ୫ ନାକଚ

ନୂଆପଡ଼ା,୨୨ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର…

ନୀତୀଶ କୁମାରଙ୍କ ପ୍ରଥମ ତାଲିକାରେ ଜଣେ ବି ନାହାନ୍ତି ମୁସଲମାନ ପ୍ରାର୍ଥୀ, ଜାଣନ୍ତୁ କେଉଁମାନେ ଅଛନ୍ତି ସାମିଲ…

ପାଟ୍‌ନା,୧୫ା୧୦: ଶାସକ ଦଳ ଜେଡିୟୁ ବୁଧବାର ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଜେଡିୟୁ ମୋଟ୍‌ ୫୭ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା…

ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର, ଏହିଦିନ ହେବ…

ପାଟ୍‌ନା,୬ା୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ଏହି ନିର୍ବାଚନ ନଭେମ୍ବର ୬ରେ ଅନୁଷ୍ଠିତ ହେବ। ତେବେ ଉକ୍ତ…

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ…

୫୦୪ ନୂଆ ଏମ୍‌ପି କୋଟିପତି, ୨୫୧ଙ୍କ ନାମରେ ମାମଲା

ନୂଆଦିଲ୍ଲୀ, ୬ା୬: ଦେଶରେ ୧୮ତମ ଲୋକସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି । ନିର୍ବାଚନରେ ବର୍ତ୍ତମାନ ସରକାରରେ ଥିବା ଭାଜପା ଦଳକୁ ୨୪୦ ଆସନ ମିଳିଛି।…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖ

ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍‌ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ମାତ୍ର ୨୫ ବର୍ଷରେ ସଂସଦ ଯିବେ ୪ ଏମ୍‌ପି, ନିର୍ବାଚନ ଜିତି କଲେ ରେକର୍ଡ

ନୂଆଦିଲ୍ଲୀ, ୫ା୬: ସରିଛି ୨୦୨୪ ଲୋକସଭା ନିର୍ବାଚନ। ପ୍ରକାଶ ପାଇଛି ଫଳାଫଳ । ହେଲେ ଏହି ନିର୍ବାଚନରେ ରେକର୍ଡ କରିଛନ୍ତି ୪ ଯୁବ ଏମ୍‌ପି। ସେମାନଙ୍କ ମଧ୍ୟରେ…

ବଡ଼ ନେତାଙ୍କୁ ମାତ୍‌ ଦେଲେ କନଷ୍ଟେବଳଙ୍କ ପତ୍ନୀ, ବନିଲେ ଏମ୍‌ପି

ଜୟପୁର,୫ା୬: ରାଜସ୍ଥାନର ଭରତପୁର ଲୋକସଭା ଆସନରୁ କଂଗ୍ରେସ ଟିକେଟ୍‌ରୁ ନିର୍ବାଚନ ଜିତିଥିବା ଜଣେ ଦଳିତ ମହିଳାଙ୍କୁ ନେଇ ଏବେ ଜୋର ଚର୍ଚ୍ଚା। ତାଙ୍କ ନାମ ସଞ୍ଜନା ଜାଟୱ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri