ଓଡ଼ିଶା ଅଭିମୁଖେ ଜଗା-କାଳିଆ: ପହଞ୍ଚିବା ପରେ ଏସ୍‌ସିବି ଯିବେ

ଭୁବନେଶ୍ୱର, ୬।୯(ବ୍ୟୁରୋ): ଶୁକ୍ରବାର ଦିଲ୍ଲୀ ଏମ୍‌ସ ଛାଡ଼ିଛନ୍ତି ଜଗା -କାଳିଆ। ଡାକ୍ତରଙ୍କ ପ୍ରେସ୍‌ମିଟ୍‌ ପରେ ସେମାନେ ଏମ୍‌ସରୁ ବାହାରିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସରେ ସେମାନଙ୍କୁ ଏମ୍‌ସରୁ ରେଳ ଷ୍ଟେଶନ ନିଆଯାଇଛି। ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସ୍‌ରେ ସେମାନେ ଓଡ଼ିଶା ଆସିବେ। ଶନିବାର ଉଭୟ କଟକରେ ପହଞ୍ଚିବା ପରେ ଏସିବି ଯିବେ। ସେଠାରେ ୪ ଜଣିଆ ଡାକ୍ତର ଟିମ୍‌ ସହ ଜଣେ ନର୍ସ ଜଗା-କାଳିଆଙ୍କ ଚିକିତ୍ସା ସହ ଦେଖାଶୁଣା କରିବେ।
ପ୍ରକାଶ ଯେ, କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଥିଲେ। ଡାକ୍ତର ଶିବଶଙ୍କର ବରିହା ଏବଂ ଡାକ୍ତର ବିଭୁ ପ୍ରସାଦ ନାୟକ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ସେହିଭଳି ଜଗା-କାଳିଆ ଓଡ଼ିଶା ଫେରିଲେ ଉଭୟଙ୍କୁ କିପରି ଭାବେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇପାରିବ, ସେ ନେଇ ମଧ୍ୟ ଆଲୋଚନା ହୋଇଛି।
କନ୍ଧମାଳ ଜିଲା ମିଲିପଡ଼ାର ଜାଗ-କାଳିଆ ୨୦୧୭ ଜୁଲାଇ ୧୪ରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଳେ। ସେଠାରେ ୩୦ ଜଣ ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ସେହିବର୍ଷ ଅକ୍ଟୋବର ୨୫ରେ ମୁଣ୍ଡ ଯୋଡ଼ି ହୋଇଥିବା ଜଗା-କାଳିଆଙ୍କୁ ଅଲଗା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri