ଓଡ଼ିଶା ଅଭିମୁଖେ ଜଗା-କାଳିଆ: ପହଞ୍ଚିବା ପରେ ଏସ୍‌ସିବି ଯିବେ

ଭୁବନେଶ୍ୱର, ୬।୯(ବ୍ୟୁରୋ): ଶୁକ୍ରବାର ଦିଲ୍ଲୀ ଏମ୍‌ସ ଛାଡ଼ିଛନ୍ତି ଜଗା -କାଳିଆ। ଡାକ୍ତରଙ୍କ ପ୍ରେସ୍‌ମିଟ୍‌ ପରେ ସେମାନେ ଏମ୍‌ସରୁ ବାହାରିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସରେ ସେମାନଙ୍କୁ ଏମ୍‌ସରୁ ରେଳ ଷ୍ଟେଶନ ନିଆଯାଇଛି। ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସ୍‌ରେ ସେମାନେ ଓଡ଼ିଶା ଆସିବେ। ଶନିବାର ଉଭୟ କଟକରେ ପହଞ୍ଚିବା ପରେ ଏସିବି ଯିବେ। ସେଠାରେ ୪ ଜଣିଆ ଡାକ୍ତର ଟିମ୍‌ ସହ ଜଣେ ନର୍ସ ଜଗା-କାଳିଆଙ୍କ ଚିକିତ୍ସା ସହ ଦେଖାଶୁଣା କରିବେ।
ପ୍ରକାଶ ଯେ, କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଥିଲେ। ଡାକ୍ତର ଶିବଶଙ୍କର ବରିହା ଏବଂ ଡାକ୍ତର ବିଭୁ ପ୍ରସାଦ ନାୟକ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ସେହିଭଳି ଜଗା-କାଳିଆ ଓଡ଼ିଶା ଫେରିଲେ ଉଭୟଙ୍କୁ କିପରି ଭାବେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇପାରିବ, ସେ ନେଇ ମଧ୍ୟ ଆଲୋଚନା ହୋଇଛି।
କନ୍ଧମାଳ ଜିଲା ମିଲିପଡ଼ାର ଜାଗ-କାଳିଆ ୨୦୧୭ ଜୁଲାଇ ୧୪ରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଳେ। ସେଠାରେ ୩୦ ଜଣ ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ସେହିବର୍ଷ ଅକ୍ଟୋବର ୨୫ରେ ମୁଣ୍ଡ ଯୋଡ଼ି ହୋଇଥିବା ଜଗା-କାଳିଆଙ୍କୁ ଅଲଗା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri