ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ଉଦ୍‌ଘାଟିତ: ସମାଜର ମଙ୍ଗଳ ପାଇଁ ଏକାଠି ହେବାକୁ ଆହ୍ବାନ

ବନ୍ତଳା,୩୦।୧୨(ଡି.ଏନ.ଏ.) – ଅନୁଗୋଳ ବାର୍‌ ଆସୋସିଏଶନ ନେତୃତ୍ୱରେ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ସମ୍ମିଳନୀ ରବିବାର ଅନୁଗୋଳ ଷ୍ଟାଡିୟମଠାରେ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶା ଆଇନଜୀବୀ ସଂଘ ସଭାପତି ଜ୍ଞାନ ରଞ୍ଜନ ମହାନ୍ତି ଏଥିରେ ସଭାପତିତ୍ୱ କରିଥିଲେ। ଅଭ୍ୟର୍ଥନା କମିଟି ଚେୟାରମ୍ୟାନ ତଥା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ସ୍ବାଗତ ଭାଷଣ ଦେଇଥିଲେ। ଅନୁଗୋଳ ବାର୍‌ ଆସୋସିଏଶନ ସଭାପତି ଜିତେନ୍ଦ୍ର କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ଓଡ଼ିଶା ଆଇନଜୀବୀ ସଂଘ ଉପଦେଷ୍ଟା ବିଭୁ ପ୍ରସାଦ ଦ୍ୱିବେଦୀ ଆଡଭୋକେଟ ପ୍ରୋଟେକ୍ସନ ଆକ୍ଟ ସହ ଓକିଲମାନଙ୍କ ପାଇଁ ଜୀବନବୀମା ଓ ହେଲଥ୍‌କାର୍ଡ ଆଦି ପାଇଁ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ। ସ୍ବତନ୍ତ୍ର ଅତିଥି ଭାବେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଯୋଗଦେଇ ଓକିଲମାନଙ୍କୁ ସମସ୍ତଙ୍କ ବନ୍ଧୁ ବୋଲି କହିଥିଲେ। ମୁଖ୍ୟଅତିଥି ଭାବେ ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲିକ ଯୋଗଦେଇ ନୂଆ କରି ଯେଉଁମାନେ ଓକିଲ ହୋଇ ଯୋଗଦାନ କରୁଛନ୍ତି ସେମାନଙ୍କୁ ବରିଷ୍ଠ ଓକିଲମାନେ ଗାଇଡ୍‌ କରିବା ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ। ସେ କହିଥିଲେ, ଅନୁଗୋଳ ଜିଲାରେ ପ୍ରଦୂଷଣ ବଢିଛି। ଏଠାରେ ବହୁ ଶିଳ୍ପ ଓ ଖଣି ଖାଦାନ ଥିଲେ ବି ଜିଲାକୁ ନ୍ୟାୟ ମିଳୁନି। ଏଥିପାଇଁ ସମସ୍ତେ ମିଳିମିଶି କାମ କଲେ ସମାଜର ମଙ୍ଗଳ ହେବ ବୋଲି ମନ୍ତ୍ରୀ କହିଥିଲେ। ଓଡ଼ିଶା ଆଇନଜୀବୀ ସଂଘ ସାଧାରଣ ସମ୍ପାଦକ ବିଭୁ ପ୍ରସାଦ ତ୍ରିପାଠୀ ଉପସ୍ଥିତ ଥିଲେ। ଉପସଭାପତି ମିତ୍ରଭାନୁ ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ। ଅନୁଗୋଳ ବାର୍‌ ଆସୋସିଏଶନ ସମ୍ପାଦକ ହିମାଂଶୁ ଭୂଷଣ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହା ପୂର୍ବରୁ ଅତିଥିମାନେ ‘ଦି ଲୟାର’ ପତ୍ରିକାକୁ ଉନ୍ମୋଚନ କରିଥିଲେ। ଏଥିରେ ରାଜ୍ୟର ସବୁ ଜିଲାର ବରିଷ୍ଠ ଓକିଲମାନେ ଯୋଗ ଦେଇଥିଲେ। ଅନୁଗୋଳ ବାର୍‌ ଆସୋସିଏଶନ ଉପ ସଭାପତି ଦିଲୀପ କୁମାର ସାହୁ, କୋଷାଧ୍ୟକ୍ଷ ଗୋବିନ୍ଦ ପ୍ରସାଦ ଅଗ୍ରୱାଲ, ଯୁଗ୍ମ ସମ୍ପାଦକ ସୁଶାନ୍ତ କୁମାର ବାରିକ, ସାଂସ୍କୃତିକ ସମ୍ପାଦକ ପ୍ରଶାନ୍ତ କୁମାର ଆଚାର୍ଯ୍ୟଙ୍କ ସମେତ ଜିଲା ବାର ଆସୋସିଏଶନର ସମସ୍ତ ଓକିଲ ସହଯୋଗ କରିଥିଲେ। ଅପରାହ୍ନରେ ‘ସମ୍ବିଧାନର ଭବିଷ୍ୟତରେ ଓକିଲଙ୍କ ଭୂମିକା ଓ କର୍ତ୍ତବ୍ୟ’ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ସୁଜିତ କୁମାର ଯୋଗ ଦେଇଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଓଡ଼ିଶା ଆଇନଜୀବୀ ସଂଘ ଉପସଭାପତି ଭୂପେଶ ପ୍ରଧାନ, ତାଳଚେରର ବରିଷ୍ଠ ଓକିଲ ଦେବୀ ପ୍ରସାଦ ରଥ, ଅନୁଗୋଳ କୋର୍ଟର ବରିଷ୍ଠ ଓକିଲ ପରମାନନ୍ଦ ମିଶ୍ର, ସୁବାସ ଚନ୍ଦ୍ର ମିଶ୍ର, ଦିଲୀପ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri