ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ: ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଦର୍ଭ ଏବଂ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଏହାଛଡା ବଙ୍ଗୋପସାଗରୁ ବହୁ ଅଂଶରେ ଜଳୀୟ ବାଷ୍ପ ବାୟୁ ମଣ୍ଡଳକୁ ପ୍ରବେଶ କରୁଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ଝଡବର୍ଷା ଲାଗି ରହିଛି। ଆସନ୍ତା ୩୦ ତାରିଖ ଯାଏ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା, କୋରାପୁଟ ଏବଂ ସୁନ୍ଦରଗଡ ଜିଲାର କେତେକ ସ୍ଥାନରେ ଝଡବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାଛଡା ସୁନ୍ଦରଗଡ, ମୟୂରଭଞ୍ଜ, ଦେବଗଡ, କେନ୍ଦୁଝର, କଳାହାଣ୍ଡି ଏବଂ କୋରାପୁଟ ଜିଲାରେ ଘଡଘଡି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡା, ଗଜପତି, ପୁରୀ, କେନ୍ଦ୍ରାପଡା ଏବଂ ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି। ଏସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ନିଂ ଜାରି କରିଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ହୋଇ ଯାଇଛି।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହରଭଙ୍ଗାରେ ସର୍ବାଧିକ ୧୪ ସେ.ମି. ବର୍ଷା ରେକର୍ଡ କରାଯାଇଥିବା ବେଳେ ବିନିକା ୧୩, କନ୍ଧମାଳ ୧୩, ଗଞ୍ଜାମ ୧୨, ବୀରମହାରାଜପୁର ୧୨, ଅତାବିରା ୧୦, ଜଗନ୍ନାଥପ୍ରସାଦ ୧୦, ଦଶପଲ୍ଲା ୧୦, ବରପାଲି ୧୦, ନିଆଳି ୯, ଖଇରମାଳ ୯, ବାଲିପାଟଣା ୭, ବାଣପୁର ୭, ଏବଂ ବାଙ୍କିରେ ୭ ସେଣ୍ଟିିମିଟର ବର୍ଷା ରେକର୍ଡ କରାଯାଇଛି। ଝଡବର୍ଷା ଲାଗି ରହୁଥିବାରୁ ରାଜ୍ୟରେ ତାତି ହ୍ରାସ ପାଇଛି। ବିଭିନ୍ନ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍‌ ତଳେ ରହୁଛି। ଆସନ୍ତା ୩୦ ତାରିଖ ଯାଏ ଉପକୂଳ ଓଡିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବା ବେଳେ ପଶ୍ଚିମ ଏବଂ ଦକ୍ଷିଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ରୁ ୪୧ ଡିଗ୍ରୀ ସେଲସିୟସ୍‌ ଉପରେ ରହିବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri