Posted inଖେଳ

ଓଡ଼ିଶା ଏଫ୍‌ସିରୁ ଖେଳିବେ କମଲପ୍ରୀତ

ଭୁବନେଶ୍ୱର, ୧୪।୬(କ୍ରୀଡ଼ା ପ୍ରତିନିଧି): ଭାରତୀୟ ଡିଫେଣ୍ଡର କମଲପ୍ରୀତ ସିଂ ଆଗାମୀ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌) ସିଜନରେ ଓଡ଼ିଶା ଏଫସି ପକ୍ଷରୁ ଖେଳିବା ନିଶ୍ଚିତ ହୋଇ ଯାଇଛି। କାରଣ ଭୁବନେଶ୍ୱର ଭିତ୍ତିକ ଆଇଏସଏଲ କ୍ଲବ ଓଡ଼ିଶା ଏଫସି ସହିତ ୨ ବର୍ଷ ପାଇଁ ଚୁକ୍ତି କରିଛନ୍ତି କମଲପ୍ରୀତ। ୨୦୧୭-୧୮ ସିଜନରେ ମିନର୍ଭା ପଞ୍ଜାବକୁ ଆଇ-ଲିଗ୍‌ ଚାମ୍ପିୟନ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ଏହି ୨୨ ବର୍ଷୀୟ ଫୁଲ୍‌ ବ୍ୟାକ୍‌ କୋଲକାତାର ଇଷ୍ଟବେଙ୍ଗଲ ପକ୍ଷରୁ ୨ ବର୍ଷ ପ୍ରତିନିଧିତ୍ୱ କରିଥିଲେ। ପଞ୍ଜାବ ଜନ୍ମିତ ଏହି ଡିଫେଣ୍ଡର ଭାରତ ପକ୍ଷରୁ ବିଭିନ୍ନ ବୟସବର୍ଗର ପ୍ରତିଯୋଗିତାରେ ମଧ୍ୟ ଖେଳିଛନ୍ତି। କ୍ଲବ ସଭାପତି ରୋହନ ଶର୍ମା କମଲପ୍ରୀତଙ୍କୁ ସ୍ବାଗତ କରିଛନ୍ତି। ଗତ ସିଜନରେ ଆମେ ଡିଫେନ୍ସ ବିଭାଗ ଅଧିକ ଶକ୍ତିଶାଳୀ ହେବା ଅନୁଭବ କରିଥିଲୁ। ତେଣୁ କମଲପ୍ରୀତଙ୍କ ଉପସ୍ଥିତିରେ ନିଶ୍ଚିତ ଦଳକୁ ଫାଇଦା ମିଳିବ। ଏବେ ରାଇଟ୍‌ବ୍ୟାକ୍‌ ପାଇଁ ଓଡ଼ିଆ ଖେଳାଳି ଶୁଭମ୍‌ ଷଡ଼ଙ୍ଗୀଙ୍କ ସହିତ ତାଙ୍କର ସୁସ୍ଥ ପ୍ରତିଦ୍ୱନ୍ଦ୍ୱିତା ହେବ। ଏହା କ୍ଲବ ପାଇଁ ଉପାଦେୟ ହେବ“ ବୋଲି ରୋହନ କହିଛନ୍ତି। ଓଡ଼ିଶା ଏଫ୍‌ସି ସହିତ ଚୁକ୍ତିବଦ୍ଧ ହୋଇଥିବାରୁ ଖୁସି ଜାହିର କରିଛନ୍ତି କମଲପ୍ରୀତ। ”ଏହି ଦଳ ପାଇଁ ଟାଇଟଲ ଜିତିବା ଲକ୍ଷ୍ୟ ରହିବ। ଏହି କ୍ଲବ ଯୁବ ଖେଳାଳିଙ୍କୁ ଅଧିକ ସୁଯୋଗ ଦେଉଥିବା ଶୁଣିଛି। ତେଣୁ ପ୍ରତି ମ୍ୟାଚର ଷ୍ଟାର୍ଟିଂ ଲାଇନ୍‌ଅପ୍‌ରେ ସ୍ଥାନ ପାଇବାକୁ ମୋର ଲଢ଼େଇ ଜାରି ରହିବ“ ବୋଲି ଏହି ନିର୍ଭରଯୋଗ୍ୟ ଡିଫେଣ୍ଡର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri