Posted inଖେଳ

ଓଡ଼ିଶା କ୍ରିକେଟରେ ଦ୍ୱିତୀୟ ପିତାପୁତ୍ର

ଭୁବନେଶ୍ୱର, ୨୧ା୨-କଟକ ଟାଙ୍ଗିସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲରେ ପ୍ରଥମ ଶ୍ରେଣୀ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି ପ୍ରୀତ୍‌ କନଓ୍ବର ସିଂ ଚୌହାନ। କେବଳ କ୍ୟାରିୟର ଆରମ୍ଭ କରିନାହାନ୍ତି, ନିଜ ପ୍ରଥମ ଓଭରରେ ଉଇକେଟ ହାସଲ କରି ଉଜ୍ଜ୍ୱଳ ଭବିଷ୍ୟତର ସୂଚନା ଦେଇଛନ୍ତି ଏହି ପ୍ରତିଭା ସମ୍ପନ୍ନ ଦ୍ରୁତ ବୋଲର। ପ୍ରୀତ୍‌ ପ୍ରଥମ ଓଭରର ଦ୍ୱିତୀୟ ବଲ୍‌ରେ ଅର୍ନବ ନନ୍ଦିଙ୍କୁ ଏବଂ ଓଡ଼ିଶା ପାଇଁ ବ୍ରେକ୍‌ ଥ୍ରୁ ଆବଶ୍ୟକ ଥିବାବେଳେ ଶ୍ରୀବତ୍ସ ଗୋସ୍ବାମୀଙ୍କୁ ଆଉଟ କରିଥିଲେ। ସେ ପ୍ରଥମ ଦିବସରେ ୫୨ ରନ ବିନିମୟରେ ୨ଟି ଉଇକେଟ ନେଇଛନ୍ତି। ପ୍ରୀତଙ୍କ ପିତା ଗୁରଜିତ୍‌ ସିଂ ଚୌହାନ ୮୦ ଦଶକ ପ୍ରାରମ୍ଭରେ ଓଡ଼ିଶା ପକ୍ଷରୁ ୨ଟି ପ୍ରଥମଶ୍ରେଣୀ କ୍ରିକେଟ ମ୍ୟାଚ ଖେଳିଛନ୍ତି। ଓଡ଼ିଶା କ୍ରିକେଟରେ ଦ୍ୱିତୀୟ ପିତାପୁତ୍ର ଭାବେ ଗୁରଜିତ-ପ୍ରୀତ୍‌ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି। ପୂର୍ବରୁ ମଦନ ମୋହନ ମହାନ୍ତି ଓ ଯଶପାଲ ମହାନ୍ତି ଏହି କ୍ଲବର ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri