Posted inଖେଳ

ଓଡ଼ିଶା କ୍ରିକେଟରେ ଦ୍ୱିତୀୟ ପିତାପୁତ୍ର

ଭୁବନେଶ୍ୱର, ୨୧ା୨-କଟକ ଟାଙ୍ଗିସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲରେ ପ୍ରଥମ ଶ୍ରେଣୀ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି ପ୍ରୀତ୍‌ କନଓ୍ବର ସିଂ ଚୌହାନ। କେବଳ କ୍ୟାରିୟର ଆରମ୍ଭ କରିନାହାନ୍ତି, ନିଜ ପ୍ରଥମ ଓଭରରେ ଉଇକେଟ ହାସଲ କରି ଉଜ୍ଜ୍ୱଳ ଭବିଷ୍ୟତର ସୂଚନା ଦେଇଛନ୍ତି ଏହି ପ୍ରତିଭା ସମ୍ପନ୍ନ ଦ୍ରୁତ ବୋଲର। ପ୍ରୀତ୍‌ ପ୍ରଥମ ଓଭରର ଦ୍ୱିତୀୟ ବଲ୍‌ରେ ଅର୍ନବ ନନ୍ଦିଙ୍କୁ ଏବଂ ଓଡ଼ିଶା ପାଇଁ ବ୍ରେକ୍‌ ଥ୍ରୁ ଆବଶ୍ୟକ ଥିବାବେଳେ ଶ୍ରୀବତ୍ସ ଗୋସ୍ବାମୀଙ୍କୁ ଆଉଟ କରିଥିଲେ। ସେ ପ୍ରଥମ ଦିବସରେ ୫୨ ରନ ବିନିମୟରେ ୨ଟି ଉଇକେଟ ନେଇଛନ୍ତି। ପ୍ରୀତଙ୍କ ପିତା ଗୁରଜିତ୍‌ ସିଂ ଚୌହାନ ୮୦ ଦଶକ ପ୍ରାରମ୍ଭରେ ଓଡ଼ିଶା ପକ୍ଷରୁ ୨ଟି ପ୍ରଥମଶ୍ରେଣୀ କ୍ରିକେଟ ମ୍ୟାଚ ଖେଳିଛନ୍ତି। ଓଡ଼ିଶା କ୍ରିକେଟରେ ଦ୍ୱିତୀୟ ପିତାପୁତ୍ର ଭାବେ ଗୁରଜିତ-ପ୍ରୀତ୍‌ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି। ପୂର୍ବରୁ ମଦନ ମୋହନ ମହାନ୍ତି ଓ ଯଶପାଲ ମହାନ୍ତି ଏହି କ୍ଲବର ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?