ଓଡ଼ିଶା ଛୁଇଁଲା ମୌସୁମୀ: ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ଦୀର୍ଘ ପ୍ରତିକ୍ଷା ପରେ ଶୁକ୍ରବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆସନ୍ତା ୭୨ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସମଗ୍ର ଓଡ଼ିଶାକୁ ଆଚ୍ଛାଦିନ କରିବ। ତେବେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ପ୍ରଥମ ପର୍ଯ୍ୟାୟର ଦକ୍ଷିଣ ଓଡ଼ିଶାରେ ମୌସୁମୀ ସକ୍ରିୟା ହେବା ସହିତ ଗଞ୍ଜାମ, ଗଜପତି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରପଡ଼ା, ଜଗତ୍‌ସିଂହପୁର କଟକ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ଢ଼େଙ୍କାନାଳ, ଯାଜପୁର ଆଦି ଜିଲାରେ ମୌସୁମୀ ଜନିତ ବର୍ଷା ଲାଗିରହିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ଯୋଗୁ ମୌସୁମୀକୁ ଏହା ଅଧିକ ସକ୍ରିୟ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ଆଗମନ ଯୋଗୁ ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହିବା ସହିତ ଝିପିଝିପିି ବର୍ଷା ଲାଗିରହିଛି। ଏଥିଯୋଗୁ ଗତ କିଛି ଦିନ ଧରି ଲାଗିରହିଥିବା ପ୍ରବଳ ଗ୍ରୀଷ୍ମ ଏବଂ ଗୁଳୁଗୁଳିରୁ ଆସ୍ତସ୍ବି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri