ଓଡ଼ିଶା ଟ୍ରାଭେଲ ବଜାର: ୫୩ ଷ୍ଟଲ୍‌ରେ ଓଡ଼ିଶା ପର୍ଯ୍ୟଟନ ଉତ୍ପାଦ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗରେ ଭୁବନେଶ୍ୱରରେ ୩ୟ ଥର ପାଇଁ ଚାଲିଥିବା ଓଡ଼ିଶା ଟ୍ରାଭେଲ ବଜାର ଆନୁକୂଲ୍ୟରେ ୫୩ଟି ଷ୍ଟଲ ଖୋଲା ଯାଇଛି। ଶୁକ୍ରବାର ଏହି ଷ୍ଟଲ୍‌ଗୁଡ଼ିକୁ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉଦ୍‌ଘାଟନ କରିଛନ୍ତି। ହୋଟେଲ୍‌ ସ୍ବସ୍ତି ପ୍ର୍ରିମିୟମ୍‌ଠାରେ ଆୟୋଜିତ ଏହି ଷ୍ଟଲ୍‌ଗୁଡ଼ିକୁ ମନ୍ତ୍ରୀ ପାଣିଗ୍ରାହୀ ବୁଲି ଦେଖିବା ସହ ଓଡ଼ିଶାର ପର୍ଯ୍ୟଟନ ସାମଗ୍ରୀ ବିପଣନରେ ନିୟୋଜିତ ବିଭିନ୍ନ ଅନୁଷ୍ଠାନ ଓ ସଂସ୍ଥାଗୁଡ଼ିକର କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରିଥିଲେ। ଏହି ଅବସରରେ ସେ ଓଡ଼ିଶା ପର୍ଯ୍ୟଟନର ବ୍ୟାପକ ଅଭିବୃଦ୍ଧି ଦିଗରେ ଉଦ୍ୟମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ। ଭାରତର ବିଭିନ୍ନ ରାଜ୍ୟରୁ ୬୦ଜଣ ଆଗଧାଡ଼ିର ଟୁର ଅପରେଟରଙ୍କ ସହ ୨୫ ବିଦେଶୀ ଟୁର୍‌ ଅପରେଟର ଓଡ଼ିଶା ଟ୍ରାଭେଲ୍‌ ବଜାରର ତୃତୀୟ ସଂସ୍କରଣରେ ଯୋଗଦେଇଛନ୍ତି। ଓଡ଼ିଶାର ପର୍ଯ୍ୟଟନ ସାମଗ୍ରୀକୁ ବିଶ୍ୱ ଦରବାରରେ ଉପସ୍ଥାପନ କରିବା ପାଇଁ ବିଭିନ୍ନ ସଂସ୍ଥା ପକ୍ଷରୁ ଷ୍ଟଲ୍‌ ଖୋଲାଯାଇଛି। ରାଜ୍ୟର ଟ୍ରାଭେଲ୍‌ ଏଜେନ୍ସି, ଟୁର୍‌ ଅପରେଟର, ହୋଟେଲିୟର ଏବଂ ହସ୍‌ପିଟାଲିଟି ସଂସ୍ଥା ମଧ୍ୟ ସେମାନଙ୍କ ଉତ୍ପାଦକୁ ପ୍ରଦର୍ଶନ କରୁଛନ୍ତି। ଶୁକ୍ରବାରଠାରୁ ଦୁଇଦିନ ଧରି ଦେଶର ଟୁର ଅପରେଟରମାନଙ୍କ ସହିତ ବ୍ୟବସାୟିକ ଓ ବୈଷୟିକ ଆଲୋଚନା ତଥା ‘ବି-ଟୁ-ବି’ (ବିଜ୍‌ନେସ୍‌ ଟୁ ବିଜ୍‌ନେସ୍‌) ବୈଠକ ଆରମ୍ଭ ହୋଇଛି। ୨୦ ତାରିଖରେ ବିଦେଶର ଟୁର୍‌ ଅପରେଟରମାନେ ଟ୍ରାଭେଲ୍‌ ବଜାରରେ ଯୋଗଦେବେ। ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନ ବିଭବ ପରିଦର୍ଶନ କରିବା ଲାଗି ବିଦେଶୀ ଟୁର ଅପରେଟରମାନଙ୍କୁ ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀକୁ ଫ୍ୟାମ୍‌ ଟ୍ରିପ୍‌ରେ ନିଆଯାଇଛି। ଶୁକ୍ରବାର ଅନୁଷ୍ଠିତ ବ୍ୟବସାୟିକ ଓ ବୈଷୟିକ ଆଲୋଚନାରେ ମନ୍ତ୍ରୀ ପାଣିଗ୍ରାହୀଙ୍କ ସମେତ ହୋଟେଲ୍‌ ଆଣ୍ଡ ରେଷ୍ଟୁରାଣ୍ଟ ଆସୋସିଏଶନ୍‌ ଅଫ୍‌ ଓଡ଼ିଶାର ଅଧ୍ୟକ୍ଷ ଜେ.କେ. ମହାନ୍ତି, ଭାରତୀୟ ବାଣିଜ୍ୟ ମହାସଂଘ (ଫିକି)ର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri