ଓଡ଼ିଶା ଦଳରେ ସମୀର

ବ୍ରହ୍ମପୁର ଅଫିସ୍‌,୧୨ା୧୨: କୁଚ୍‌ବିହାର ଟ୍ରଫିର ଆଗାମୀ ମ୍ୟାଚ୍‌ ଆସନ୍ତା ୧୩ତାରିଖରେ ଓଡ଼ିଶା ଦଳ ଆସାମ ବିପକ୍ଷରେ ଖେଳିବ। ଆସାମରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍‌ରେ ଓଡ଼ିଶା ଦଳ ଘୋଷଣା ହୋଇଯାଇଛି। ଓଡ଼ିଶା କ୍ରିକେଟ ସଂଘ(ଓସିଏ) ତରଫରୁ ୧୫ଜଣିଆ ଦଳ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ବ୍ରହ୍ମପୁର ଖେଳାଳି ସମୀର ସାହୁ ସେ ଓଡ଼ିଶା ଦଳ ସହ ଆସାମ ଯାତ୍ରା କରିଛନ୍ତି । ତାଙ୍କୁ ଆଲ୍‌ଫା ସ୍ପୋର୍ଟିଂ କ୍ଲବ ତରଫରୁ ସଭାପତି ତଥା ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ସମ୍ପାଦକ ବିଜୟ ଭାସ୍କର ସିଂ ସାମନ୍ତ, କୋଚ୍‌ ଅମିତ ଦାସ, କାର୍ଯ୍ୟକାରୀ ସଭାପତି ଜଗନ୍ନାଥ ମିଶ୍ର ଏବଂ ଦିନେଶ ରାଉତ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ଗତ ୬ରୁ ୯ତାରିଖ ପର୍ଯ୍ୟନ୍ତ କୁଚ୍‌ବିହାର ଟ୍ରଫିର ଓଡ଼ିଶା ଏବଂ ଜମ୍ମୁ କଶ୍ମୀର ମଧ୍ୟରେ ମ୍ୟାଚ୍‌ ଖେଳାଯାଇଥିଲା । ଓଡ଼ିଶା ଦଳରେ ବ୍ରହ୍ମପୁରର ଦୁଇଜଣ ଖେଳାଳି ସ୍ଥାନ ପାଇଥିଲେ । ସେମାନେ ହେଲେ ସମୀର ସାହୁ ଏବଂ କେ.ଈଶ୍ୱର ପ୍ରସାଦ । ଏପରିକି ଈଶ୍ୱର ଚୂଡ଼ାନ୍ତ ୧୧ଜଣଙ୍କ ମଧ୍ୟରେ ରହି ମ୍ୟାଚ୍‌ ଖେଳିଥିଲେ । ହେଲେ ଆସାମ ବିପକ୍ଷ ମ୍ୟାଚ୍‌ ପାଇଁ କେବଳ ସମୀର ହିଁ ଦଳରେ ସ୍ଥାନ ପାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri