ଓଡ଼ିଶା ଦିବସ: ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭାଷା ଭିତ୍ତିରେ ୧୯୩୬ ମସିହା ଏପ୍ରିଲ ପହିଲାରେ ସ୍ବତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଅତୀତର ଏହି ଗୌରବର ସ୍ମୃତି ଚାରଣ କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୧ରେ ଉତ୍କଳ ତଥା ଓଡ଼ିଶା ଦିବସ ପାଳନ ହୋଇ ଆସୁଛି। ହେଲେ ସାରା ବିଶ୍ୱକୁ କବଳିତ କରିଥିବା କରୋନାର ମୁକାବିଲା ପାଇଁ ଏହି ଉତ୍ସବକୁ ଜାକଜମକରେ ପାଳନ କରାଯାଇନାହିଁ। କିନ୍ତୁ ଏହି ଦିନକୁ ମନେ ପକାଇବା ପାଇଁ ରାଷ୍ଟ୍ରପତି, ଉପରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବହୁ ବିଶିଷ୍ଟ ବ୍ୟକ୍ତି ସାମାଜିକ ଗଣମାଧ୍ୟମରେ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଆରେ ଟୁଇଟ୍‌ କରି କହିଛନ୍ତି ଯେ, ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା। ରାଜ୍ୟର ଭବିଷ୍ୟତ ଉଜ୍ଜ୍ୱଳମୟ, ଶାନ୍ତିପ୍ରିୟ, ସମୃଦ୍ଧଶାଳୀ ହେଉ। ଏହା ହିଁ ତାଙ୍କର କାମନା ବୋଲି କୋବିନ୍ଦ କହିଛନ୍ତି। ଅନୁରୂପଭାବେ ଓଡ଼ିଆରେ ଟୁଇଟ୍‌ କରି ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ କହିଛନ୍ତି ଯେ, ଉତ୍କଳ ଦିବସ ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ତାଙ୍କର ଶୁଭେଚ୍ଛା। ରାଜ୍ୟବାସୀଙ୍କ ଯୋଗଦାନ ସର୍ବଦା ରାଷ୍ଟ୍ର ପାଇଁ ଲାଭଦାୟକ ହୋଇଛି। ଏହି ପବିତ୍ର ଦିବସରେ ଓଡ଼ିଶାବାସୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭକାମନା ଜଣାଉଛି। ବନ୍ଦେ ଉତ୍କଳ ଜନନୀ। ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ଓଡ଼ିଆ ଏବଂ ଇଂଲିଶରେ ଟୁଇଟ୍‌ କରି କହିଛନ୍ତି ଯେ, ଓଡ଼ିଶାର ସମସ୍ତ ଭାଇଭଉଣୀଙ୍କୁ ଉତ୍କଳ ଦିବସର ଅଭିନନ୍ଦନ। ଆଗାମୀ ଦିନଗୁଡ଼ିକରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ସେ ପ୍ରାର୍ଥନା କରୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ, ଶାନ୍ତି ଓ ସମୃଦ୍ଧି ପ୍ରଦାନ କରନ୍ତୁ ବୋଲି ସେ କହିଛନ୍ତି। ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶର ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଭ୍ରମଣରେ ରୁଚି ରଖୁଥିବା ଶାରେଲ କୁକ୍‌ ମଧ୍ୟ ଏକ ନିଆରା ଟୁଇଟ୍‌ କରିଛନ୍ତି। ଓଡ଼ିଶା ବୁଣାକାର ପରମ୍ପରାର ନିଦର୍ଶନ ସ୍ବରୂପ ସମ୍ବଲପୁରୀ ଶାଢ଼ିର ୨ଟି ଫଟୋ ସେ ଅପଲୋଡ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri