ଓଡ଼ିଶା ବିଧାନସଭାର ହେବ ନବକଳେବର

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଓଡ଼ିଶା ବିଧାନସଭା ହେବ ଦେଶର ମଡେଲ ବିଧାନ ସଭା। ଏହାକୁ ଅଧିକ ଆକର୍ଷଣୀୟ କରିବାକୁ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏକ ବିଲ୍ଡିଂ କମିଟି ଗଠନ କରିଛନ୍ତି। ପୂର୍ତ୍ତ ବିଭାଗର ସଚିବ ଏହି କମିଟିର ଅଧ୍ୟକ୍ଷ ରହିବେ। ଏହି କମିଟି ଦେଶର ବିଭିନ୍ନ ରାଜ୍ୟରେ ଥିବା ବିଧାନସଭା ବୁଲି ଦେଖିବେ। ସେଠାକାର ବିଧାନସଭା କେଉଁ ଢାଞ୍ଚାରେ ନିର୍ମାଣ ହୋଇଛି, କି କି ସୁବିଧା ରହିଛି, ସେ ସବୁ ବୁଲି ଦେଖିବା ପରେ କମିଟି ମଡେଲ ବିଧାନସଭା ପାଇଁ ଏକ ଚୂଡାନ୍ତ ରିପୋର୍ଟ ପ୍ରସ୍ତୁତ କରିବ। ଅର୍ଥ ବିଭାଗର ଅନୁମତି ପାଇବା ପରେ ଏହି କମିଟି ବିଭିନ୍ନ ରାଜ୍ୟର ବିଧାନସଭା ଅନୁଧ୍ୟାନ କରିବାକୁ ଯିବ। ଗଣ ମାଧ୍ୟମକୁ ସୂଚନା ଦେଇ ବାଚସ୍ପତି ପାତ୍ର କହିଛନ୍ତି ଯେ, ପୂର୍ତ୍ତ ବିଭାଗ, ଅର୍ଥ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଏବଂ ଅନ୍ୟାନ୍ୟ ବିଭାଗ ସଚିବମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପୂର୍ତ୍ତ ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବିଲ୍ଡିଂ କମିଟି ଗଠନ କରାଯାଇଛି। କମିଟି ବିଭିନ୍ନ ରାଜ୍ୟ ବୁଲିବା ପରେ ବିଧାନସଭାର ନବୀକରଣ ପାଇଁ କିଭଳି ଡିଜାଇନ ପ୍ରସ୍ତୁତ କରାଯିବ ସେ ସେ ନେଇ କମିଟି ରିପୋର୍ଟ ଦେବ। କମିଟିର ରିପୋର୍ଟକୁ ସରକାରଙ୍କ ଅନୁମୋଦନ ପରେ ଏହି କାର୍ଯ୍ୟ ଆରମ୍ଭ ହେବ । ମଡେଲ ବିଧାନସଭାକୁ କାଗଜପତ୍ର ମୁକ୍ତ କରାଯିବ। ବିଧାନସଭା ପରିସରକୁ ସମ୍ପୂର୍ଣ୍ଣ ଓ୍ବାଇଫାଇ କରାଯିବ। ବିଧାୟକମାନେ ଟାବଲେଟରେ ସମସ୍ତ କାର୍ଯ୍ୟ କରିବେ। ପ୍ରତ୍ୟେକ ବିଧାୟକଙ୍କୁ କମ୍ପ୍ୟୁଟର ଟାବଲେଟ କ୍ରୟ କରିବାକୁ ସର୍ବାଧିକ ୧ ଲକ୍ଷ ଟଙ୍କା ଯୋଗାଇ ଦିଆଯିବ। ଅର୍ଥ ବିଭାଗର ଅନୁମୋଦନ ପରେ ଟାବଲେଟ କିଣିବା ପାଇଁ ବିଧାୟକମାନଙ୍କୁ ଜଣାଇ ଦିଆଯିବ ବୋଲି ବାଚସ୍ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri