‘ଓଡ଼ିଶା ସ୍କିଲ୍‌ସ-୨୦୨୦’ ଉଦ୍‌ଘାଟିତ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ ଦକ୍ଷତା ପ୍ରତିଯୋଗିତା ଓଡ଼ିଶା ସ୍କିଲ୍‌ସ-୨୦୨୦ର ଦ୍ୱିତୀୟ ସଂସ୍କରଣ ଶୁକ୍ରବାର କୃଷି ଭବନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ସଞ୍ଜୟ କୁମାର ସିଂ ଯୋଗଦେଇ କହିଥିଲେ, ଗତଥର ଆମର ଲକ୍ଷ୍ୟ ଥିଲା ୧-୨-୩। ଏଥର ବିଶ୍ୱ ଦକ୍ଷତା ପ୍ରତିଯୋଗିତା ପାଇଁ ୨-୪-୬ ଲକ୍ଷ୍ୟ ରଖିଛୁ ଅର୍ଥାତ୍‌ ୨ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୬ ବ୍ରୋଞ୍ଜ ପଦକ। ଏଥିପାଇଁ ବିଭାଗ ଆନ୍ତରିକତାର ସହ ଉଦ୍ୟମ ଜାରି ରଖିଛି। ଆଜି ଆମର ପିଲା ବାହାରେ ଯାଇ ଖୁବ୍‌ ଦକ୍ଷତାର ସହ କାର୍ଯ୍ୟ କରୁଛନ୍ତି। ଏହା ଆମ ପାଇଁ ନିଶ୍ଚିତ ଭାବେ ଗର୍ବ ଓ ଗୌରବର ବିଷୟ ବୋଲି ସିଂ କହିଛନ୍ତି। ଟାଟା ଏରୋସ୍ପେସ୍‌ ଆଣ୍ଡ୍‌ ଡିଫେନ୍ସର ହେଡ୍‌ ଏରୋଷ୍ଟ୍ରକ୍‌ଚର୍‌ ଆଣ୍ଡ୍‌ ଏରୋ-ଇଂଜିନସ୍‌ ମାସୁଦ୍‌ ହୁସେନୀ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଥିଲେ, ଆମ ସହ ଓଡ଼ିଶାର ପିଲାମାନେ କାର୍ଯ୍ୟ କରୁଛନ୍ତି। ସେମାନେ ଖୁବ୍‌ଶୀଘ୍ର କୁଶଳୀ ହୋଇପାରୁଛନ୍ତି। ଆମେ ଲକ୍ଷ୍ୟ ରଖିବା ଉଚିତ୍‌ ଯେ, ଆମେ ଯାହା କରିବା ଓ କରିପାରିବା ତାହା ଦୁନିଆର ସବୁଠୁ ଭଲ ଉତ୍ପାଦ ହେବ। ଆମକୁ ଆଗକୁ ଯିବାକୁ ହେଲେ ଦକ୍ଷ ହେବାକୁ ପଡ଼ିବ ଓ ନିଜର ଦକ୍ଷତାର ବିକାଶ କରିବାକୁ ପଡ଼ିବ। କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଯୋଗଦେଇ କହିଥିଲେ, ଆଜି ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ପରିଚିତ ରାଜ୍ୟ। ଏ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସହଯୋଗୀମାନଙ୍କ ଉପରେ ମୋର ସମ୍ପୂର୍ଣ୍ଣ ଓ ଅତୁଟ ଭରସା ରହିଛି। ସେମାନେ ନିଜର ଉଦ୍‌ଯୋଗରେ ନିଶ୍ଚିତ ସଫଳ ହେବେ। ଦକ୍ଷତା ବିକାଶ କ୍ଷେତ୍ରରେ ରାଜ୍ୟକୁ ଆଗେଇନେବେ। ଓଡ଼ିଶା ରାଜ୍ୟ ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଯୋଗଦେଇ କହିଥିଲେ, ଓଡ଼ିଶା ଗତବର୍ଷ ସର୍ବଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନରେ ଥିବାବେଳେ ଏବେ ଆମେ ପ୍ରଥମ ସ୍ଥାନ ଦଖଲ କରିବା ପାଇଁ ଲକ୍ଷ୍ୟ ରଖିଛୁ। ଏହି ଅବସରରେ ପଞ୍ଚାୟତିରାଜ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ୍‌ ଓ ଓଡ଼ିଶା ରାଜ୍ୟ ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଫିସର ରଶ୍ମିତା ପଣ୍ଡା ଉପସ୍ଥିତ ରହି ଦକ୍ଷତା ବିକାଶ କ୍ଷେତ୍ରରେ ସରକାରଙ୍କ ଲକ୍ଷ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ଶେଷରେ ବିଭାଗୀୟ ଯୁଗ୍ମ ସଚିବ ଅଜୟ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାରମ୍ଭରେ ଜଟଣୀ ଆଇଟିଆଇ ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଏହି ଅବସରରେ ସି.ଭି ରମଣ ଇଞ୍ଜିନିୟରିଂ କଲେଜ ଛାତ୍ରୀଛାତ୍ରମାନେ ନୁକଡ୍‌ ଅଭିନୟ ପ୍ରଦର୍ଶନ କରିଥିଲେ। ଭୁବନେଶ୍ୱର ଆଇଟିଆଇ ଛାତ୍ରୀଛାତ୍ରମାନେ ଲୋକନୃତ୍ୟ ପ୍ରଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ୨୦୧୮ ଓଡ଼ିଶା ସ୍କିଲସ୍‌ ଉପରେ ଏକ ଭିଡିଓ ‘ସ୍ବର୍ଣ୍ଣିମ ଯାତ୍ରା’ ପ୍ରଦର୍ଶିତ ହୋଇଥିଲା।
ଏପ୍ରିଲ ୨୮ରୁ ୩୦ ମଧ୍ୟରେ ରାଜ୍ୟସ୍ତରୀୟ ଦକ୍ଷତା ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିପାଇଁ ଯୁବକମାନଙ୍କ ମଧ୍ୟରେ ଅହେତୁକ ଆଗ୍ରହ ପରିଲକ୍ଷିତ ହୋଇଛି। ୧୫ ହଜାର ଛାତ୍ର ଏହି ପ୍ରତିଯୋଗିତା ପାଇଁ ପଞ୍ଜୀକରଣ କରିଛନ୍ତି। ଏଥିରେ ୬ ସେକ୍ଟରରେ ୪୬ ଦକ୍ଷତା ଉପରେ ପ୍ରତିଯୋଗିତା ହେବ। ଉତ୍ତୀର୍ଣ୍ଣ ପ୍ରତିଯୋଗୀମାନେ ପରବର୍ତ୍ତୀ ସମୟରେ ଜାତୀୟ ସ୍ତରରେ ଇଣ୍ଡିଆ ସ୍କିଲ୍‌ସରେ ଯୋଗଦେବେ। ଏଥିରେ ଉତ୍ତୀର୍ଣ୍ଣ ପ୍ରତିଯୋଗୀମାନେ ୨୦୨୧ରେ ସାଂଘାଇଠାରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ଦକ୍ଷତା କାର୍ଯ୍ୟକ୍ରମରେ ଯୋଗଦେବେ। ୨୦୨୧ ସାଂଘାଇ ବିଶ୍ୱ ଦକ୍ଷତା ପ୍ରତିଯୋଗିତା ପାଇଁ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ୨-୪-୬ ଲକ୍ଷ୍ୟ ରଖିଛନ୍ତି। ଏ ଦିଗରେ ପ୍ରଥମ ପଦକ୍ଷେପ ସ୍ବରୂପ ୮ରେ ପ୍ରଥମ ଭାଗ ପ୍ରତିଯୋଗିତା ଆରମ୍ଭ ହେବ। ଏଥିରେ ରାଜ୍ୟର ୩୦ ଜିଲାରୁ ୨୩ ଦକ୍ଷତା ଉପରେ ସଂକ୍ଷିପ୍ତ ଭାବେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri