ଭୁବନେଶ୍ୱର,୮।୧(ବ୍ୟୁରୋ)-ଜାତୀୟ ସ୍ତରରେ ଓଡ଼ିଶା ପୁଣି ପୁରସ୍କୃତ ହୋଇଛି। ରାଜ୍ୟ ସରକାରଙ୍କ ଇ-ଅବକାରୀକୁ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ପ୍ରଦାନ କରାଯାଇଛି । ଶନିବାର ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ‘ଡିଜିଟାଲ ଇନିସିଏଟିଭ୍ ଫର୍ ଇଜ୍ ଅଫ୍ ଡୁଇଂ ବିଜ୍ନେସ’ ବର୍ଗରେ ଓଡ଼ିଶାକୁ ଏହି ସମ୍ମାନଜନକ ପୁରସ୍କାର ମିଳିଛି । ରାଜ୍ୟ ଅବକାରୀ ବିଭାଗ ସ୍ବଚ୍ଛତା ଓ ସମୟାନୁବର୍ତ୍ତିତା ସମେତ ନିରବଚ୍ଛିନ୍ନ ଅନ୍ଲାଇନ ସେବା ଯୋଗାଇ ଦେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଏହି ପୁରସ୍କାର ପାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଅବକାରୀ ବିଭାଗର ପୂର୍ବତନ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନି, ଅବକାରୀ ଆୟୁକ୍ତ ଆଶିଷ କୁମାର ସିଂହ, ଅତିରିକ୍ତ ଅବକାରୀ ଆୟୁକ୍ତ ରାମଚନ୍ଦ୍ର ପାଲଟା, ଅବକାରୀ ବିଭାଗର ଅତିରିକ୍ତ ସଚିବ ସାଇଦତ୍ତ ବିପ୍ଳବ କେଶରୀ ପ୍ରଧାନ ଏବଂ ରାଷ୍ଟ୍ରୀୟ ସୂଚନା ଓ ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ନୀହାର ରଞ୍ଜନ ବିଶ୍ବାଳ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ରାଜ୍ୟ ସରକାରଙ୍କ ୫-ଟି ନୀତି ଆଧାରରେ ଅବକାରୀ ବିଭାଗ ୨୦୧୯-୨୦ରୁ ରାଷ୍ଟ୍ରୀୟ ସୂଚନା ସହାୟତାରେ ୩୦ରୁ ଅଧିକ ଅନ୍ଲାଇନ କାର୍ଯ୍ୟକ୍ରମ ଜରିଆରେ ସ୍ବଚ୍ଛ, ଅବାଧ, ସ୍ବଳ୍ପ ସମୟ, ନିରବଚ୍ଛିନ୍ନ ଏବଂ ସମୟାନୁବର୍ତ୍ତୀ ସେବା ଦେଉଛି ।
ପଶ୍ଚିମବଙ୍ଗ ଫାଲ୍ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ
କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…
CUET-UG 2026 ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…
ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ
ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…
ମୁମ୍ବାଇକୁ ହରାଇ ପ୍ଲେଅଫ୍ରେ ରାଜସ୍ଥାନ: ବାଦ୍ ପଡ଼ିଲେ କୋଲକାତା, ପଞ୍ଜାବ
ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ
ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍ ଏବଂ ବାଇକ୍…
ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ
ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…
ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର
ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…
ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…
ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…
Archives

