ଓଡ଼ିଶାକୁ ମିଳିବ ଆଇକନିକ ଐତିହ୍ୟ ମାନ୍ୟତା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଶା ଓ ଓଡ଼ିଆବାସୀଙ୍କ ପାଇଁ ଖୁସି ଖବର। କାରଣ ଓଡ଼ିଶା ଏବେ ଆଇକନିକ ଐତିହ୍ୟସ୍ଥଳ ତାଲିକାରେ ସ୍ଥାନ ପାଇବାକୁ ଯାଉଛି। ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ। ମଙ୍ଗଳବାର ଦିଲ୍ଲୀରେ ଅନୁଷ୍ଠିତ ପର୍ଯ୍ୟଟନ ମନ୍ତ୍ରୀ ସମ୍ମିଳନୀରେ ପଟେଲ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଖୁବ୍‌ଶୀଘ୍ର ଓଡ଼ିଶାକୁ ଆଇକନିକ୍‌ ହେରିଟେଜର ମାନ୍ୟତା ମିଳିବ। ପୂର୍ବରୁ ଓଡ଼ିଶା ଡକ୍ୟୁମେଣ୍ଟରେ ଅଭାବ ଥିବାରୁ ମାନ୍ୟତା ମିଳି ନ ଥିଲା। ପୁରୀ, କୋଣାର୍କ ଏମିତି ଜାଗା ଯାହା ସ୍ଥାନ ପାଇବା ଜରୁରୀ। ଏହା ଏମିତି ଜାଗା, ଯାହାକୁ କେହି ଅଣଦେଖା କରିପାରିବେ ନାହିଁ ବୋଲି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପଟେଲ କହିଛନ୍ତି।
ପ୍ରକାଶ ଯେ, ପୁରୀ ଓ କୋଣାର୍କକୁ ଆଇକନିକ୍‌ ପର୍ଯ୍ୟଟନ କ୍ଷେତ୍ରରେ ସାମିଲ କରିବା ପାଇଁ ଗତ ଅଗଷ୍ଟ ୯ ତାରିଖରେ ରାଜ୍ୟର ସବୁ ଭାଜପା ସାଂସଦଙ୍କ ପକ୍ଷରୁ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପଟେଲଙ୍କୁ ଚିଠି ଲେଖାଯାଇଥିଲା। ପୂର୍ବରୁ ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିରକୁ ସାମିଲ କରାଯିବା ନେଇ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ଲେଖି ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri