ଓଡ଼ିଶାକୁ ୩ କାୟାକଳ୍ପ ପୁରସ୍କାର

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଶାକୁ ୩ଟି କାୟାକଳ୍ପ ପୁରସ୍କାର ମିଳିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ବର୍ଗରେ ରାୟଗଡ଼ା ପ୍ରଥମ ଓ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଦ୍ୱିତୀୟ ପୁରସ୍କାର ଲାଭ କରିଛି। ସେହିପରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବର୍ଗରେ ସୁବର୍ଣ୍ଣପୁର ଜିଲାର ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରଥମ ପୁରସ୍କାର ପାଇଛି। ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ସର୍ବଭାରତୀୟ କାୟାକଳ୍ପ ପୁରସ୍କାର ବିତରଣ ଉତ୍ସବ ଶୁକ୍ରବାର ନୂଆଦିଲ୍ଲୀର ଇଣ୍ଡିଆ ହାବିଟାଟ୍‌ କନ୍‌ଭେନ୍‌ଶନ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଏହି ଉତ୍ସବରେ ଯୋଗଦେଇ ଓଡ଼ିଶା ସମେତ ଅନ୍ୟ ରାଜ୍ୟର ସ୍ବାସ୍ଥ୍ୟ ଅନୁଷ୍ଠାନଗୁଡ଼ିକୁ କାୟାକଳ୍ପ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଉତ୍ସବରେ ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ, ବିଭାଗୀୟ ସଚିବ ପ୍ରୀତି ସୁଦାନ ଏବଂ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ମନୋଜ ଜିଲାନୀ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଡାକ୍ତରଖାନାର ସ୍ବଚ୍ଛତା ଓ ପରିଷ୍କାର ପରିଚ୍ଛନ୍ନତା ପାଇଁ ପ୍ରତିବର୍ଷ ଜିଲା, ସବ୍‌ଡିଭିଜନ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଇଥାଏ। ୨୦୧୪ ମସିହାରୁ ଏହି ପୁରସ୍କାର ଆରମ୍ଭ ହୋଇଥିଲା। ପୂର୍ବରୁ ୬ଟି ବିଭାଗ ଯଥା ଡାକ୍ତରଖାନା ସୁପରିଚାଳନା, ପରିଷ୍କାର ପରିଚ୍ଛନ୍ନତା, ସଂକ୍ରମଣ ପ୍ରତିରୋଧକ, ବର୍ଜ୍ୟବସ୍ତୁ ପରିଚାଳନା, ସହାୟକ ସେବା ଏବଂ ହାଇଜେନିକ୍‌ ପ୍ରମୋଶନ ଆଦି ବର୍ଗରେ ପୁରସ୍କାର ଦିଆଯାଉଥିବାବେଳେ ପ୍ରଥମ ଥର ପାଇଁ ୨୦୧୮-୧୯ ବର୍ଷରେ ଡାକ୍ତରଖାନା ପରିସର ବାହାରେ ବିଭିନ୍ନ ବର୍ଗକୁ ଏଥିରେ ସାମିଲ କରାଯାଇଛି। ୨୦୧୮-୧୯ ମସିହାରେ ଓଡ଼ିଶାର ୬ଟି ଜିଲା ମୁଖ୍ୟ ଚିକିତ୍ସାଳୟ, ୫ଟି ଉପଖଣ୍ଡ ଚିକିତ୍ସାଳୟ, ୪୩ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ୮୬ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ୪୨ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏହି ପୁରସ୍କାର ପାଇବା ପାଇଁ ରାଜ୍ୟସ୍ତରରେ ମନୋନୀତ ହୋଇଥିଲେ। ଓଡ଼ିଶା ତରଫରୁ ଡା. ଶକ୍ତିବ୍ରତ ମହାନ୍ତି ରାୟଗଡା ପାଇଁ ପୁରସ୍କାର ଗ୍ରହଣ କରିଥିବାବେଳେ କ୍ୟାପିଟାଲ ହସ୍ପିଟାଲ ପାଇଁ ନିର୍ଦ୍ଦେଶକ ଡା. ଅଶୋକ ପଟ୍ଟନାୟକ ଏବଂ ଡୁଙ୍ଗୁରିପାଲି ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ଡା. ପାର୍ଥ ପ୍ରତିମ ପଣ୍ଡା ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଶାର ଜାତୀୟ ସ୍ବାସ୍ଥ୍ୟ ମିଶନ ତରଫରୁ ଡା. ବିଜୟ କୁମାର ସ୍ବାଇଁ ଏବଂ ଡା. ମନୋରଞ୍ଜନ ମହାପାତ୍ର ଏହି ଉତ୍ସବରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri