Posted inଖେଳ

ଓଡ଼ିଶାର କ୍ରୀଡ଼ା ଭିତ୍ତିଭୂମି ବିଶ୍ୱସ୍ତରୀୟ: ମାର୍ଟିନ

ଭୁବନେଶ୍ୱର,୮।୯(ସ୍ପୋଟର୍‌ସ ବ୍ୟୁରୋ)- ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ କ୍ରୀଡ଼ା ବିଜ୍ଞାନ ନେଇ ଶନିବାର ଏକ ବକ୍ତୃତାମାଳା ଆୟୋଜନ କରାଯାଇଛି। ଏଥିରେ ଇଂଲଣ୍ଡର ବର୍ମିଂହାମ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍‌ ସ୍ପୋଟର୍‌ସ ଆଣ୍ଡ ଏକ୍ସରସାଇଜ୍‌ ସାଇନ୍ସର କୋଚିଂ ବିଭାଗର ବରିଷ୍ଠ ଅଧ୍ୟାପକ ଡ. ମାର୍ଟିନ ଟମ୍ସ ଯୋଗ ଦେଇ ନିଜର ବହୁମୂଲ୍ୟ ବକ୍ତୃତା ରଖିଥିଲେ। ଭାରତକୁ ଏକ ପେସାଦାର ଗସ୍ତରେ ଆସିଥିବା ମାର୍ଟିନ ‘ସାମ୍ପିଲିଂ ଓ ସ୍ପେଶିଆଲାଇଜିଂ ଡିବେଟ୍‌’ ଉପରେ ନିଜର ବକ୍ତବ୍ୟ ରଖିଥିଲେ। ଏହା ଯୁବ କ୍ରୀଡ଼ାବିତ୍‌ଙ୍କ ଉପରେ ସାମାଜିକ, ମାନସିକ, ଶାରୀରିକ ଭାବେ ପ୍ରଭାବିତ କରୁଥିବାରୁ ସେ ଏ ସଂକ୍ରାନ୍ତରେ ବିଭିନ୍ନ ଉପଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡ଼ା ବିଭାଗ ଓ ହାଇ ପରଫର୍ମାନ୍ସ ସେଣ୍ଟରର ବିଭିନ୍ନ କୋଚ୍‌, ଫିଜିଓଥେରାପିଷ୍ଟ, ଟ୍ରେନିଂ ଷ୍ଟାଫ୍‌ ଓ ୧୯ ବର୍ଷରୁ କମ୍‌ ଫୁଟବଲ ଦଳ ଯୋଗ ଦେଇ ମାର୍ଟିନଙ୍କ ବକ୍ତୃତା ଶୁଣିଥିଲେ। ଉତ୍ସାହୀ ତଥା ଆଗ୍ରହୀ ଶ୍ରୋତାଙ୍କ ଉପସ୍ଥିତିରେ ବେଶ୍‌ ଖୁସି ଅନୁଭବ କରୁଛି। ଓଡ଼ିଶା ବାସ୍ତବରେ ଭାରତର କ୍ରୀଡ଼ା ରାଜଧାନୀ। ଏଠାରେ କ୍ରୀଡ଼ା ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧାସୁଯୋଗ ବିଶ୍ୱସ୍ତରୀୟ। ଆଗାମୀ ଦିନରେ ଏଠାକୁ ପୁଣି ଆସିବି ବୋଲି ମାର୍ଟିନ ଏହି ଅବସରରେ କହିଥିଲେ। ରାଜ୍ୟ କ୍ରୀଡ଼ା ବିଭାଗ କମିଶନର ତଥା ସଚିବ ବିଶାଲ ଦେବ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମତ ରଖିଥିଲେ। ମାର୍ଟିନଙ୍କ ବକ୍ତବ୍ୟ କ୍ରୀଡ଼ାବିତ୍‌ ଓ ପ୍ରଶିକ୍ଷକଙ୍କୁ ନୂଆ ଦିଗ୍‌ଦର୍ଶନ ଦେବ ବୋଲି ସେ କହିଥିଲେ। ସେହିପରି ଟାଟା ନାଭାଲ ଏକାଡେମୀ ବୈଷୟିକ ନିର୍ଦ୍ଦେଶକ ଜୋଏର୍ଡ ଉଏଲ୍ଡର୍ସ ମଧ୍ୟ ମାର୍ଟିନଙ୍କୁ ପ୍ରଶଂସା କରିଥିଲେ। ଜଣେ ବ୍ୟକ୍ତି ତଥା ଉଚ୍ଚକୋଟୀର କ୍ରୀଡ଼ାବିତ୍‌ ଭାବେ ନିଜକୁ ଗଢିତୋଳିବାରେ ଏହ ବକ୍ତୃତା ଯୁବପିଢିଙ୍କୁ ପ୍ରେରଣା ଯୋଗାଇବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?