ଓଡ଼ିଶାର ହସ୍ତଶିଳ୍ପୀ, ବୁଣାକାରଙ୍କ ପାଇଁ କାର୍ଯ୍ୟ କରିବ ‘ଫ୍ଲିପ୍‌କାର୍ଟ ସମର୍ଥ’

ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ କମର୍ସ ମଞ୍ଚ ଫ୍ଲିପ୍‌କାର୍ଟ ମଧ୍ୟରେ ଶନିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପୀ କାରିଗରଙ୍କ ପାଇଁ ବ୍ୟବସାୟିକ ତଥା ବାଣିଜି୍ୟକ ସୁବିଧାର ପରିବୃଦ୍ଧି ପାଇଁ ହୋଇଥିବା ଏହି ବୁଝାମଣାପତ୍ର ମାଧ୍ୟମରେ ଓଡ଼ିଶାରେ ଫ୍ଲିପ୍‌କାର୍ଟ ଗ୍ରୁପ୍‌ ପକ୍ଷରୁ ‘ଫ୍ଲିପ୍‌କାର୍ଟ ସମର୍ଥ’ ଆପ୍‌ କାର୍ଯ୍ୟକାରୀ କରାଯିବ। ଏହି ଆପ୍‌ ଜରିଆରେ ବୁଣାକାର ଓ ହସ୍ତଶିଳ୍ପୀ କାରିଗରମାନେ ରାଜ୍ୟର ହଲ୍‌ମାର୍କ ଉତ୍ପାଦ ସହ ଜାତୀୟ ବଜାରରେ ପ୍ରବେଶ ପାଇଁ ସମର୍ଥ ହେବେ। ରାଜ୍ୟର ଅନୁମୋଦିତ ଉଦ୍ୟୋଗ ଓ ସରକାରୀ ସଂସ୍ଥା, ଯେଉଁମାନେ ଓଡ଼ିଶାର ସ୍ଥାନୀୟ ବୁଣାକାର ଓ ହସ୍ତଶିଳ୍ପ କାରିଗରଙ୍କ ବଜାର ପ୍ରବେଶ, ତାଲିମ ଓ ସହାୟତା ଯୋଗାଇ ଦେବା ପାଇଁ କାର୍ଯ୍ୟ କରିଥାନ୍ତି, ରାଜ୍ୟ ସରକାର ଫ୍ଲିପ୍‌କାର୍ଟ ଗ୍ରୁପ୍‌ ସହ ମିଶି ସେମାନଙ୍କୁ ସହଯୋଗ କରିବେ। ଏହି ପଦକ୍ଷେପ ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପୀ କାରିଗରଙ୍କ ପାଇଁ ଜାତୀୟ ତଥା ଆନ୍ତର୍ଜାତୀୟ ବଜାରରେ ସେମାନଙ୍କ ଉତ୍ପାଦର ବିକ୍ରି ଲାଗି ଇ-କମର୍ସ ମଡେଲର ସୁବିଧା ସୁଯୋଗ ପାଇପାରିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri