ଓଡ଼ିଶାରୁ ଅଧିକ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆଶା ଉଜ୍ଜ୍ୱଳ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ଚଳାଚଳ କରିବା ଆଶା ଉଜ୍ଜ୍ୱଳ ହେବାରେ ଲାଗିଛି। ଆସନ୍ତା ୨୨ ତାରିଖରେ ଓଡ଼ିଶାରେ ୧୫ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ବିମାନ ଚଳାଚଳ ସଂସ୍ଥାର ସିଇଓଙ୍କ ବୈଠକ ଅନୁଷ୍ଠିତ ହେବ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ରାଜ୍ୟ ସରକାର ଓ ସିଇଓମାନଙ୍କ ମଧ୍ୟରେ ଏ ସମ୍ପର୍କରେ ଆଲୋଚନା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଉପସ୍ଥିତ ରହି ସିଇଓମାନଙ୍କ ସହ ସିଧାସଳଖ ଆଲୋଚନା କରିବେ। ବୈଠକରେ ଏୟାର ଏସିଆ, ସିଙ୍ଗାପୁର ଏୟାରଲାଇନ୍ସ, ଶ୍ରୀଲଙ୍କାନ ଏୟାରଲାଇନ୍ସ, ସ୍କଟ୍‌ ଏୟାର, ଡ୍ରଗ୍‌ ଏୟାର, ବ୍ୟାଙ୍କକ୍‌ ଏୟାରଓ୍ବେଜ, ନୋଭୋ ଏୟାର, ରିଜେଣ୍ଟ ଏୟାରଓ୍ବେଜ୍‌, ଫ୍ଲାଏ ଦୁବାଇ, ଫ୍ଲାଏ ଏମିରେଟ୍ସ, ଥାଇ ଏୟାରଓ୍ବେଜ୍‌ର ସିଇଓମାନେ ଯୋଗଦେବେ। ସେହିଭଳି ମୁଖ୍ୟଶାସନ ସଚିବ ଅସିତ୍‌ ତ୍ରିପାଠୀ, ରାଜ୍ୟ ପରିବହନ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦା, ପରିବହନ ବିଭାଗର ସ୍ବତନ୍ତ୍ର ସଚିବ ମନୋଜ ମିଶ୍ର, ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସଚିବ ପ୍ରଦୀପ ସିଂ ଖରୋଲା, ଯୁଗ୍ମ ସଚିବ ଉଷା ପାଢ଼ୀ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଅନ୍ତର୍ଜାତୀୟ ବିମାନ ସଂଯୋଗ ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଥିଲେ। ପ୍ରମୁଖ ବିମାନ ଚଳାଚଳ ସଂସ୍ଥାର ସିଇଓମାନଙ୍କ ସହ ବୈଠକ ପାଇଁ ଆହ୍ବାନ କରିଥିଲେ। ଅନ୍ତର୍ଜାତୀୟ ବିମାନ ସଂଯୋଗ ପାଇଁ ରାଜ୍ୟର ବିକଶିତ ଭିତ୍ତିଭୂମି ବିଷୟରେ ଉଲ୍ଲେଖ କରିବା ସହ ଓ ବିମାନ ଚଳାଚଳ ପାଇଁ ରାଜ୍ୟ ସରକାର ପ୍ରୋତ୍ସାହନ ଦେବାକୁ ରାଜି ଅଛନ୍ତି ବୋଲି ଚିଠିରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri