ଓଡ଼ିଶାରେ ଅଲ୍‌ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍‌ସ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାରେ ଅଲ୍‌ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍‌ସ-୨୦୨୦ ଆୟୋଜନ କରାଯିବ। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱରକୁ ଦେଶର କ୍ରୀଡ଼ା ରାଜଧାନୀ କରିବାରେ ଏହି ପ୍ରତିଯୋଗିତା ସହାୟକ ହେବ ବୋଲି କୁହାଯାଇଛି। ତେଣୁ ଏହି ପ୍ରତିଯୋଗିତାକୁ ଗୁଣାତ୍ମକ ଦୃଷ୍ଟିକୋଣରୁ ଅଧିକ ସଫଳତାର ସହ ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଏହି କ୍ରୀଡ଼ା ପ୍ରତିଯୋଗିତାର ସଫଳ ଆୟୋଜନ ପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ସହ ମିଳିତଭାବେ କାର୍ଯ୍ୟ ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କ୍ରୀଡ଼ାବିତ୍‌, ସହାୟକ, ସେମାନଙ୍କ ପରିବାର ରହିବା ବ୍ୟବସ୍ଥା ସହ ସେହି ସମୟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପ୍ୟାକେଜ ପ୍ରସ୍ତୁତ ଉପରେ ଗୁରୁତ୍ୱ ଦିଆଯାଇଛି। ଆସନ୍ତା ମାର୍ଚ୍ଚ ୩ରେ ରାଜଧାନୀରେ ଥିବା କଳିଙ୍ଗ ଷ୍ଟାଡିୟମରେ ଏହାର ଶୁଭାରମ୍ଭ କରାଯିବ। ୫ ଦିନ ଧରି ଏହି କ୍ରୀଡ଼ା ପ୍ରତିଯୋଗିତା ଚାଲିବ। ମାର୍ଚ୍ଚ ୭ରେ ଏହାର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ପିସିସିଏଫ୍‌ ସନ୍ଦୀପ ତ୍ରିପାଠୀ କହିଛନ୍ତି ଯେ, ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ୪୫ଟି ଦଳ ପ୍ରତିଯୋଗିତାରେ ଭାଗନେବେ। ପ୍ରାୟ ୨୬୦୦ ପ୍ରତିଯୋଗୀ ନିଜର କ୍ରୀଡ଼ା ଦକ୍ଷତା ପ୍ରତିପାଦନ କରିବାର ସୁଯୋଗ ପାଇବେ। ୫୦୦ ସ୍ଥାନୀୟ ସହାୟକ କାର୍ଯ୍ୟକ୍ରମର ସୁପରିଚାଳନାରେ ସହଯୋଗ କରିବେ ବୋଲି ତ୍ରିପାଠୀ କହିଛନ୍ତି। ୨୩ କ୍ରୀଡ଼ାରେ ୨୩୦ଟି ଇଭେଣ୍ଟର ଆୟୋଜନ କରାଯିବ। ଏହି କ୍ରୀଡାକୁ ପରିଚାଳନା କରିବାକୁ ଥିବା ରେଫରି କଳିଙ୍ଗ ଷ୍ଟାଡିୟମ୍‌, କ୍ରୀଡ଼ା ନିର୍ଦ୍ଦେଶାଳୟ ଏବଂ ରାଜ୍ୟର ପ୍ରମୁଖ ମାନ୍ୟତାପ୍ରାପ୍ତ କ୍ରୀଡ଼ା ସଂଘରୁ ମନୋନୀତ ହେବେ। କ୍ଷେତ୍ରସ୍ତରୀୟ କ୍ରୀଡ଼ା, ଭଲିବଲ, ବାସ୍କେଟବଲ, ସ୍କ୍ବାଶ, ଟେବୁଲ ଟେନିସ୍‌ , ହକି, କ୍ରିକେଟ, ବ୍ୟାଡ୍‌ମିଣ୍ଟନ, ଲନ୍‌ ଟେନିସ, ତୀରଚାଳନା, ଭାରୋତ୍ତୋଳନ, ଗଲ୍ଫ, କ୍ୟାରମ୍‌, ଚେସ୍‌, ବିଲିୟାଡର୍‌ସ ଇତ୍ୟାଦି ପ୍ରତିଯୋଗିତା ଆୟୋଜନ କରାଯିବ। କଳିଙ୍ଗ ଷ୍ଟାଡିୟମ ସମେତ କଳିଙ୍ଗ କିଟ୍‌, ସାଇ ଇଣ୍ଟରନ୍ୟାଶନାଲ, ଉତ୍କଳ ବିଶ୍ୱବିଦ୍ୟାଳୟ ଏବଂ ଗଲ୍ଫ କୋର୍ସରେ ଖେଳାଯିବ। ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡକ୍ଟର ମୋନା ଶର୍ମା, ଅର୍ଥ ପ୍ରମୁଖ ସଚିବ ଅଶୋକ ମୀନା, ଗୃହ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ଏବଂ କ୍ରୀଡ଼ା ସଚିବ ବିଶାଳ ଦେବ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri