ଓଡ଼ିଶାରେ ଏନ୍‌ପିଆର୍‌ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୧(ବ୍ୟୁରୋ):ସାରା ଦେଶରେ ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର)କୁ ନେଇ ବିକ୍ଷୋଭ ଏବଂ ବିତର୍କ ଚାଲିଥିବା ବେଳେ ରାଜ୍ୟ ସରକାର ଓଡିଶାରେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାର ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ଜଣେ ଅଧିକାରୀଙ୍କ ସୂତ୍ରରୁ ସୂଚନା ମିଳିଛି। ପ୍ରାଥମିକଭାବେ ଏନ୍‌ପିଆର ପାଇଁ ପାଇଲଟ ସର୍ଭେ ଆରମ୍ଭ ହୋଇଛି। ଘରକୁ ଘର ବୁଲି ଏହି ପ୍ରକ୍ରିୟାରେ ତଥ୍ୟ ସଂଗ୍ରହ କରାଯିବ। ରେଜିଷ୍ଟ୍ରାର ଜେନେରାଲ ଅଫ୍‌ ଇଣ୍ଡିଆଙ୍କ ନିର୍ଦ୍ଦେଶନାମା ଅନୁୟାୟୀ ଏହି କାର୍ଯ୍ୟର ପ୍ରକ୍ରିୟା ଆରମ୍ଭ ହୋଇଛି। ଏପ୍ରିଲ ଦ୍ୱିତୀୟ ସପ୍ତାହ ବେଳକୁ ଅଧିକାରୀମାନେ ଘରକୁ ଘର ବୁଲି ତାଲିକା ପ୍ରସ୍ତୁତ କରିବେ। କେତେକ ରାଜ୍ୟରେ ଏନ୍‌ପିଆରକୁ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)ର ପ୍ରଥମ ସୋପାନ ବୋଲି ଅଭିହିତ କରିଛନ୍ତି। ହେଲେ ଏନପିଆର୍‌ ସହ ଏଆର୍‌ସିର କୌଣସି ସମ୍ପର୍କ ନ ଥିବା ରାଜ୍ୟ ସରକାର ମତ ରଖିସାରିଛନ୍ତି। ସେହିଭଳି ଏହି ପ୍ରକ୍ରିୟାକୁ ପୂର୍ଣ୍ଣାଙ୍ଗ ରୂପ ଦେବା ଲାଗି ମାଷ୍ଟର ଟ୍ରେନରମାନଙ୍କୁ ପ୍ରଶିକ୍ଷଣ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri