ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ: ‘ଦେଶର ସ୍ଥିତି ନେଇ ଗଭୀର ମର୍ମାହତ’

ଭୁବନେଶ୍ୱର,୨୬।୨(ବ୍ୟୁରୋ)/ପୁରୀ ଅଫିସ: ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ମମତା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ଥିଲେ। ସେଠାରୁ ସିଧାସଳଖ ସଡ଼କ ପଥରେ ପୁରୀ ଯାଇ ବଳିଆପଣ୍ଡାସ୍ଥିତ ଏକ ହୋଟେଲରେ ରାତ୍ରିଯାପନ କରିଛନ୍ତି। ବେଳାଭୂମି କଡ଼ରେ ଥିବା ଏହି ହୋଟେଲ ଏବଂ ଏହା ସଂଲଗ୍ନ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨୭ ତାରିଖ ପର୍ଯ୍ୟନ୍ତ ମମତା ପୁରୀରେ ରହିବେ। ୨୮ରେ ଭୁବନେଶ୍ୱରରେ ହେବାକୁ ଥିବା ପୂର୍ବାଞ୍ଚଳ ରାଜ୍ୟଗୁଡିକର ପରିଷଦ ବୈଠକରେ ମମତା ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ହେଲେ ଏ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ମଙ୍ଗଳବାର ରାତିରେ ମମତା ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଗୃହ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ତାଙ୍କୁ ସ୍ବାଗତ କରିଥିଲେ। ସେଠାରେ ଉପସ୍ଥିତ ଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସେ ଦେଶର ସାମ୍ପ୍ରତିକ ପରିସ୍ଥିତି ଉପରେ ମତ ଦେଇଥିଲେ। ମମତା କହିଥିଲେ ଯେ ଦେଶର ସ୍ଥିତି ନେଇ ମୁଁ ଗଭୀର ଭାବେ ମର୍ମାହତ। ଯାହା ଚାଲିଛି, ତାହା ବ୍ୟଥିତ କରୁଛି। ଆମେ ଶାନ୍ତି ଚାହୁଁ ା ତେଣୁ ଦେଶରେ ସଦ୍‌ଭାବ ଓ ଶାନ୍ତି ବଜାୟ ରଖିବା ପାଇଁ ସମସ୍ତେ ଚେଷ୍ଟା କରିବା ଉଚିତ ବୋଲି ମମତା କହିଥିଲେ।
ପୁରୀରେ ପହଞ୍ଚତ୍ବା ପରେ ତାଙ୍କୁ ପ୍ରଶାସନ ପକ୍ଷରୁ ଜିଲାପାଳ ବଲଓ୍ବନ୍ତ ସିଂ ଏବଂ ଏସ୍‌ପି ଡ. ଉମାଶଙ୍କର ଦାଶ ପ୍ରମୁଖ ସ୍ବାଗତ ଜଣାଇଥିଲେ। ସିଟି ଡିଏସ୍‌ପି କ୍ଷୀରସାଗର ନାୟକ କହିଛନ୍ତି, ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପ୍ରୋଟୋକଲ ଅନୁଯାୟୀ ପୁରୀ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ରହୁଥିବା ହୋଟେଲ ଏବଂ ଏହା ସଂଲଗ୍ନ ଅଞ୍ଚଳରେ ୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଜଣେ ଅତିରିକ୍ତ ଏସ୍‌ପି ଏବଂ ୩ଜଣ ଡିଏସ୍‌ପି ସୁରକ୍ଷା ତଦାରଖ ଦାୟିତ୍ୱରେ ଅଛନ୍ତି। ଏହା ମମତା ବାନାର୍ଜୀଙ୍କର ବ୍ୟକ୍ତିଗତ ଗସ୍ତ। ସେ ଯେଉଁସବୁ ସ୍ଥାନକୁ ଯିବେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯିବ। ଏଥିସହିତ ସେ ରହୁଥିବା ହୋଟେଲ ନିକଟ ସମୁଦ୍ର କୂଳରେ ପର୍ଯ୍ୟଟକଙ୍କ ବୁଲାବୁଲି ଏବଂ ଗାଡ଼ି ଚଳାଚଳ ଉପରେ ସତର୍କ ଦୃଷ୍ଟି ରଖାଯାଇଛି ବୋଲି ସିଟି ଡିଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri