ଓଡ଼ିଶାରେ ବିପରୀତ ସ୍ଥିତି: ବୟସ୍କଙ୍କଠାରୁ ପିଲା, ଯୁବକ ଅଧିକ ସଂକ୍ରମିତ

ଭୁବନେଶ୍ୱର, ୧୩।୬(ବ୍ୟୁରୋ) – କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାର ଉହାନ ସହରରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ ଭୂତାଣୁ ଏବେ ପ୍ରାୟ ସବୁଦେଶକୁ କରାୟତ କରିସାରିଛି। ଭାରତରେ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟାରେ ଚତୁର୍ଥ ସ୍ଥାନକୁ ଚାଲି ଆସିଛି। ତେବେ ଏହି ଭୂତାଣୁ ବୟସ୍କ ଲୋକଙ୍କୁ ଅଧିକ ଓ ପିଲାଙ୍କୁ କମ୍‌ ସଂକ୍ରମିତ ହେଉଥିବା ନେଇ ବିଶ୍ୱସ୍ତରୀୟ ରିପୋର୍ଟ କହୁଛି। ହେଲେ ଓଡ଼ିଶାରେ ଏହାର ବିପରୀତ ସ୍ଥିତି ଦେଖିବାକୁ ମିଳିଛି। ଏଠାରେ ବୟସ୍କଙ୍କଠାରୁ ପିଲା ଓ ଯୁବକ ଅଧିକ ଆକ୍ରାନ୍ତ ହୋଇଛନ୍ତି।
ସରକାରଙ୍କ ତଥ୍ୟ ଅନୁସାରେ, ବର୍ତ୍ତମାନ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୭୨୩ ରହିଛି। ୫୩୦ଜଣ ମହିଳା ଓ ୩୧୯୩ ଜଣ ପୁରୁଷ। ଏମାନଙ୍କ ମଧ୍ୟରେ ମାତ୍ର ୯୬ଜଣ ୬୦ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ୍‌ ବାହାରିଛି। କିନ୍ତୁ ଏହାଠାରୁ ଢେର୍‌ ଅଧିକ ଅର୍ଥାତ୍‌ ୧୧୦ଜଣ ଆକ୍ରାନ୍ତ ହେଉଛନ୍ତି ପିଲା। ଏମାନଙ୍କ ବୟସ ୦ରୁ ୧୪ବର୍ଷ ମଧ୍ୟରେ ରହିଛି। ତେବେ ସର୍ବାଧିକ ଆକ୍ରାନ୍ତ ହୋଇଛନ୍ତି ଯୁବପିଢ଼ି। ଏହି ହାର ମଧ୍ୟ ଦିନକୁ ଦନ ବଢ଼ି ଚାଲିଛି। ରାଜ୍ୟର ୩୭୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭୦ଜଣ ଯୁବପିଢ଼ି ରହିଥିବାବେଳେ ଏମାନଙ୍କ ବୟସ ୧୫ରୁ ୪୦ବର୍ଷ ମଧ୍ୟରେ ରହିଛି। ସେହିପରି ୪୧ରୁ ୬୦ବର୍ଷ ବୟସ ମଧ୍ୟରେ ୮୪୬ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri