ଓଡ଼ିଶାରେ ହେବ ବିପର୍ଯ୍ୟୟ ପରିଚାଳନା ଗ୍ରୀଡ୍‌

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ନିୟମିତ ବ୍ୟବଧାନରେ ବିଭିନ୍ନ ବିପର୍ଯ୍ୟୟ ଦ୍ୱାରା ରାଜ୍ୟ ବହୁଳ ଭାବେ ପ୍ରଭାବିତ ହୋଇଥାଏ। ତେଣୁ ଏହାର ସଫଳ ମୁକାବିଲା ଏବଂ ବିପର୍ଯ୍ୟୟ ଜନିତ କ୍ଷୟକ୍ଷତି ହ୍ରାସ ପାଇଁ ରାଜ୍ୟରେ ସ୍ବତନ୍ତ୍ର ଗ୍ରୀଡ୍‌ ପ୍ରତିଷ୍ଠା କରାଯିବ। ଏହି ଗ୍ରୀଡ୍‌ର ରାଜ୍ୟ ମୁଖ୍ୟାଳୟ ରହିବା ସହ ଦକ୍ଷିଣ, ପଶ୍ଚିମ ଓ ଉତ୍ତର ପ୍ରାନ୍ତରେ ସ୍ବତନ୍ତ୍ର କେନ୍ଦ୍ର ରହିବ। ଓଡ଼ିଶା ଗସ୍ତରେ ଥିବା ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ(ଏନ୍‌ଡିଆର୍‌ଏଫ୍‌) ଡିଜି ସତ୍ୟନାରାୟଣ ପ୍ରଧାନ ରବିବାର ଏହି ସୂଚନା ଦେଇଛନ୍ତି। ମୁଣ୍ଡୁଳିଠାରେ ଏହାର ମୁଖ୍ୟାଳୟ ହେବ ବୋଲି ଜଣାପଡିଛି। ଏହି ସ୍ଥାନରୁ ସବୁ ସ୍ଥାନକୁ ବିପର୍ଯ୍ୟୟ ସମୟରେ ଯାତାୟାତ ସୁବିଧାଜନକ ହେବ ବୋଲି ମନେ କରାଯାଉଛି। ସେହିପରି ବିପର୍ଯ୍ୟୟ ପରିଚାଳନା ବ୍ୟତୀତ ଏବେ ଠିକ୍‌ ଭାବେ ସହରାଞ୍ଚଳ ନିର୍ମାଣ କରିବାର ସମୟ ଆସିଥିବା ପ୍ରଧାନ କହିଛନ୍ତି। ଅଧିକରୁ ଅଧିକ ବିପର୍ଯ୍ୟୟ ପ୍ରତିରୋଧ ନିର୍ମାଣ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଏହା ଦ୍ୱାରା ସହରାଞ୍ଚଳରେ ହେଉଥିବା ବନ୍ୟା ଏବଂ କ୍ଷୟକ୍ଷତିକୁ ରୋକାଯାଇ ପାରିବ। ପବନର ଗତିରୋଧକୁ ନିୟନ୍ତ୍ରଣ କରିପାରୁଥିବା ଜଙ୍ଗଲ ସୃଷ୍ଟି ଉପରେ ମଧ୍ୟ ସେ ଗୁରୁତ୍ୱ ଦେଇଛନ୍ତି। ଖୁବଶୀଘ୍ର ବାଂଲାଦେଶ, ଭାରତ,ମ୍ୟାନମାର, ଶ୍ରୀଲଙ୍କା ଏବଂ ଥାଇଲାଣ୍ଡ(ବିଆଇଏମ୍‌ଏସ୍‌ଟି) ରାଜ୍ୟରେ ମିଳିତଭାବେ ସମରାଭ୍ୟାସ କରିବେ ବୋଲି ମଧ୍ୟ ସତ୍ୟ ନାରାୟଣ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri