Posted inଜାତୀୟ

ଓଡ଼ିଶାରେ ୬୪ ଜୀବନ ନେଇଛି ଫନୀ

ନୂଆଦିଲ୍ଲୀ, ୨୬ା୬(ପି.ଟି.): ବାତ୍ୟା ‘ଫନୀ’ ଯୋଗୁ ଓଡ଼ିଶା ବିଶେଷଭାବେ ପ୍ରଭାବିତ ହୋଇଥିବାବେଳେ ଏଥିରେ ୬୪ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟରେ ଦର୍ଶାଯାଇଛି। ରାଜ୍ୟର ମୋଟ ୧.୪ ଲକ୍ଷ ହେକ୍ଟର ଚାଷଜମି ଏହାଦ୍ୱାରା ପ୍ରଭାବିତ ହୋଇଥିବା ମଙ୍ଗଳବାର ରିପୋର୍ଟରେ ପ୍ରକାଶ କରାଯାଇଛି। ଓଡ଼ିଶା ସହ ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶରେ ଏହାର ପ୍ରଭାବ ପଡ଼ିଥିବା ପ୍ରକାଶ।
ଓଡ଼ିଶାରେ ‘ଫନୀ’ ତାଣ୍ଡବ ଭୟଙ୍କର ଥିଲା ଓ ଏହାର ପ୍ରଭାବରେ ରାଜ୍ୟର ୬୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଏଥିସହ ୫.୫୬ ଲକ୍ଷ ଘର ଭାଙ୍ଗିଯାଇଥିଲା। ଏହାର ପ୍ରଭାବରେ ମୋଟ ୬,୨୮୧ ଗୃହପାଳିତ ପଶୁ ପ୍ରାଣ ହରାଇଥିଲେ। ୧,୪୮,୬୬୩ ହେକ୍ଟର ଚାଷଜମି ଏହାଦ୍ୱାରା ପ୍ରଭାବିତ ହୋଇଥିଲା। ୬,୪୧୬ ବୋଟ୍‌, ୮,୮୨୮ ଜାଲ ନଷ୍ଟ ହୋଇଯାଇଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଇ ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି। ରାସ୍ତାଘାଟ, ଶକ୍ତିକ୍ଷେତ୍ର, ରେଲଓ୍ବେ, ଟେଲିକମ୍‌ ଆଦି କ୍ଷେତ୍ର ଉପରେ ଏହାର ବହୁଳ ପ୍ରଭାବ ପରିଲକ୍ଷିତ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି।
ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ କୌଣସି ଲୋକ ପ୍ରାଣ ହରାଇ ନ ଥିବା ରିପୋର୍ଟରୁ ଜଣାପଡ଼ିଛି। ତେବେ ଆନ୍ଧ୍ରପ୍ରଦେଶରେ ୨୨୨ ଘର ଭାଙ୍ଗିଥିବା, ୨୮ ଗୃହପାଳିତ ପଶୁ ମୃତ୍ୟୁବରଣ କରିଥିବା ଓ ୧,୩୬୫ ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟରୁ ଜଣାପଡ଼ିଛି। ସେହିଭଳି ପଶ୍ଚିମବଙ୍ଗରେ ୨୯,୨୬୦ ଘର ଭାଙ୍ଗିଥିବା ଓ ୧.୧୨ ଲକ୍ଷ ହେକ୍ଟର ଚାଷଜମି ‘ଫନୀ’ ଦ୍ୱାରା ପ୍ରଭାବିତ ହୋଇଥିବା ମନ୍ତ୍ରୀ ଉତ୍ତର ରଖିଛନ୍ତି। ମୃତ୍ୟୁମୁଖରୁ ବର୍ତ୍ତିବା ଲାଗି ଓଡ଼ିଶାରେ ୧୫,୫୭,୧୭୦, ଆନ୍ଧ୍ରପ୍ରଦେଶରେ ୧୭,୪୬୦ ଓ ପଶ୍ଚିମବଙ୍ଗରେ ୨, ୩୪,୮୦୧ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା ବୋଲି ରିପୋର୍ଟରେ ଦର୍ଶାଯାଇଛି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମୟୋପଯୋଗୀ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ଯୋଗୁ ବହୁ ଧନଜୀବନ ରକ୍ଷା ପାଇଗଲା।
ପ୍ରାକୃତିକ ବିପର୍ଯ୍ୟୟ ପରେ ଓଡ଼ିଶାକୁ ୧,୦୮୬ କୋଟି ଟଙ୍କା (୩୪୦.୮୭୫ କୋଟି), ଆନ୍ଧ୍ରପ୍ରଦେଶକୁ ୨୦୦.୨୫ କୋଟି ଟଙ୍କା, ପଶ୍ଚିମବଙ୍ଗକୁ ୨୩୫.୫୦ କୋଟି ଟଙ୍କା ଓ ତାମିଲନାଡ଼ୁକୁ ୩୦୯.୩୭୫ କୋଟି ଟଙ୍କା କେନ୍ଦ୍ରୀୟ ସହାୟତା ପ୍ରଦାନ କରାଯାଇଥିବା ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri