ଓଡ଼ିଶୀ ନୃତ୍ୟରେ ଗୁରୁ କେଳୁଚରଣଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୁଣା ଭୁବନେଶ୍ୱର,୧୧ା୨(ଡି.ଏନ୍‌.ଏ.): ଐତିହାସିକ ଧଉଳି ପାହାଡ ପାଦଦେଶରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି ୧୬ଶ ଧଉଳି କଳିଙ୍ଗ ମହୋତ୍ସବ। ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ସ୍ବରୂପ ପରିବେଷିତ ହୋଇଥିଲା ଓଡ଼ିଶୀ ନୃତ୍ୟ ପଲ୍ଲବି, ଯାହା ରାଗ ଶଙ୍କରାଭରଣ ଓ ହଂସଧ୍ୱନି ଏବଂ ତାଳ ଏକତାଳି ଉପରେ ନିବଦ୍ଧ ଥିଲା। ଏହା ଥିଲା ଉଦ୍‌ଘାଟନୀ ସନ୍ଧ୍ୟାର ପ୍ରଥମ ପରିବେଷଣ। ଏହାକୁ ମଞ୍ଚସ୍ଥ କରିଥିଲେ ଓଡ଼ିଶା ଡ୍ୟାନ୍ସ ଏକାଡ଼େମୀ ଓ ସୃଜନ ଅନୁଷ୍ଠାନର ଶିଳ୍ପୀମାନେ। ଏହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ଅରୁଣା ମହାନ୍ତି ଏବଂ ଗୁରୁ ରତିକାନ୍ତ ମହାପାତ୍ର। ଗୁରୁ କେଳୁଚରଣ ମହାପାତ୍ର ଏହାକୁ ରଚନା କରିଥିବାବେଳେ ସଙ୍ଗୀତ ସଂଯୋଜନା କରିଥିଲେ ପଣ୍ଡିତ ଭୁବନେଶ୍ୱର ମିଶ୍ର।
ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଓ ଆର୍ଟ ଭିଜନ ଦ୍ୱାରା ଆୟୋଜିତ ମହୋତ୍ସବର ଦ୍ୱିତୀୟ ଆକର୍ଷଣ ଥିଲା ମହାରାଷ୍ଟ୍ରର ସନ୍ଥ ନାରୀକବି କାହ୍ନୋପାତ୍ରାଙ୍କ ଜୀବନୀ ଉପରେ ଆଧାରିତ ନୃତ୍ୟନାଟିକା। ଏହି କଥକ ନୃତ୍ୟକୁ କଥା କଥନ ଶୈଳୀରେ ଅତି ସୁନ୍ଦର ଭାବରେ ପରିବେଷଣ କରିଥିଲେ ରାଜଶ୍ରୀ ସିର୍କେ ଓ ସାଥୀ। ଶେଷରେ ଦର୍ଶକମାନେ ଉପଭୋଗ କରିଥିଲେ ଆକର୍ଷଣୀୟ ସମକାଳ ନୃତ୍ୟ, ଯେଉଁଥିରେ ଫୁଟିଥିଲା ମହାତ୍ମା ଗାନ୍ଧୀଙ୍କ ନୀତିଆଦର୍ଶର କଥା। ପରସ୍ପର ପ୍ରତି ସମ୍ମାନ, ଦୋଷ ଓ ଦୁର୍ବଳତାକୁ ସ୍ବୀକାର କରିବା, ବ୍ୟକ୍ତିତ୍ୱକୁ ବୁଝିବା ଏବଂ ଅନ୍ତର୍ନିହିତ ଗୁଣକୁ ପସନ୍ଦ କରିବା ଇତ୍ୟାଦିକୁ ବର୍ତ୍ତମାନର ପ୍ରସଙ୍ଗ ସହିତ ଅତି ଚମତ୍କାର ଢଙ୍ଗରେ ବ୍ୟାଖ୍ୟା କରାଯାଇଥିଲା। ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ସମକାଳ ନୃତ୍ୟ ବିଶାରଦ ଓସ୍ତାଦ ଡେବୁ ଓ ସାଥୀ। ଓସ୍ତାଦ ଡେବୁ ନିଜେ ନୃତ୍ୟ ସଂରଚନା କରିଥିଲେ।
ଉଦ୍‌ଘାଟନୀ ସନ୍ଧ୍ୟାରେ ଅତିଥି ଭାବେ ଯୋଗଦେଇଥିଲେ ବିଶିଷ୍ଟ ନୃତ୍ୟାଙ୍ଗନା ତଥା ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ.ପ୍ରିୟମ୍ବଦା ମହାନ୍ତି ହେଜମାଦି; ବିଶିଷ୍ଟ ଭାଷାବିଦ ଦେବୀପ୍ରସନ୍ନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା ଆର. ବାଲାକ୍ରିଷ୍ଣନ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ସଚିବ ଗୁରୁ ଅରୁଣା ମହାନ୍ତି ଏବଂ ବିଶିଷ୍ଟ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଆର୍ଟ ଭିଜନର ସଚିବ ଗୁରୁ ଇଲିଆନା ଚିତାରିସ୍ତି। ଡ. ମୃତ୍ୟୁଞ୍ଜୟ ରଥ ଏବଂ ଇତିଶ୍ରୀ ଦେବୀ କାର୍ଯ୍ୟକ୍ରମକୁ ସଞ୍ଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?