ଓଡ଼ିଶୀ-ଭାରତନାଟ୍ୟମ୍‌ରେ ଦର୍ଶକ ବିଭୋର

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ସୃଜନ ନୃତ୍ୟାନୁଷ୍ଠାନ ପକ୍ଷରୁ ନିୟମିତ ହୋଇ ଆସୁଥିବା ଯୁବ ନୃତ୍ୟଶିଳ୍ପୀ ଉତ୍ସବ ‘ନବପଲ୍ଲବ’ କାର୍ଯ୍ୟକ୍ରମ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ଥିବା ଉତ୍କଳ ରଙ୍ଗମଞ୍ଚ ପ୍ରେକ୍ଷାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶୀ ଓ ଭାରତନାଟ୍ୟମ୍‌ ନୃତ୍ୟ ପରିବେଷିତ ହୋଇଥିଲା। ବେଙ୍ଗାଲୁରର ଦିବ୍ୟା ରବିଙ୍କ ଭାରତନାଟ୍ୟମ୍‌ ଓ କଟକର ସସ୍ମିତା ପଣ୍ଡାଙ୍କ ଓଡ଼ିଶୀ ନୃତ୍ୟ ଦେଖିବାକୁ ମିଳିଥିଲା।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ଦିବ୍ୟା ରବି ଭାରତ ନାଟ୍ୟମ୍‌ ପରିବେଷଣ କରିଥିଲେ। ଶିଳ୍ପୀ ରବି ଗୀତଗୋବିନ୍ଦର ଅଷ୍ଟପଦୀ ଓ ଅଭିନୟକ ରଚିଥିଲେ। ସେହିପରି ସସ୍ମିତା ପଣ୍ଡା ଓଡ଼ିଶୀ ନୃତ୍ୟରେ ବିଭିନ୍ନ ବିଭବ ପରିବେଷଣ କରିଥିଲେ। ଅଭିନୟରେ ‘ଲାଜରେ ସରିଗଲି ଆଜ’ରେ ନୃତ୍ୟ ପରିବେଷଣ କରିଥିଲେ। ଶେଷରେ ମୋକ୍ଷ ପରିବେଷଣ କରି ମଞ୍ଚରୁ ବିଦାୟ ନେଇଥିଲେ। ଦୁହିଁଙ୍କ ନୃତ୍ୟରେ ବିଭୋର ହୋଇ ଉଠିଥିଲେ ମଞ୍ଚ ସମ୍ମୁଖରେ ଉପସ୍ଥିତ ଦର୍ଶକ। ମଞ୍ଚରେ ଆଲୋକ ପରିଚାଳନା ଦେବୀପ୍ରସାଦ ମିଶ୍ର କରିଥିବା ବେଳେ ଶିବାଙ୍ଗୀ ମହାପାତ୍ର ସଂଯୋଜନା କରିଥିଲେ। ସନ୍ଧ୍ୟାରେ ସଂସ୍କୃତି ପୃଷ୍ଠପୋଷକ ଡ. ଏସ୍‌. କେ. ତାମୋଟିଆ, ଆଇସିସିଆର୍‌ ଆଞ୍ଚଳିକ ନିର୍ଦ୍ଦେଶିକା ମୀନାକ୍ଷୀ ମିଶ୍ର, ସୃଜନର ନିର୍ଦ୍ଦେଶକ ଗୁରୁ ରତିକାନ୍ତ ମହାପାତ୍ର, ଓଡ଼ିଶା ଡ୍ୟାନ୍ସ ଏକାଡେମୀର ଯୁଗ୍ମ ସମ୍ପାଦିକା ମଧୁସ୍ମିତା ମହାନ୍ତି ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri