ଓଭରବ୍ରିଜରେ ପିଟିହୋଇ ୨ ସାଙ୍ଗଙ୍କ ଜୀବନ ଗଲା, ଜଣେ ଗୁରୁତର

ପୁରୀ ଅଫିସ,୨୦ା୬ : ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ସଦର ଥାନା ଅନ୍ତର୍ଗତ ମାଳତୀପାଟପୁର ଓଭରବ୍ରିଜରେ ପିଟିହୋଇ ଦୁଇ ସାଙ୍ଗଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁବାର ଭୋର୍‌ରୁ ଏହି ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ଭଦ୍ରକର ରୁଦ୍ର ପ୍ରତାପ ବାରିକ(୨୦) ଓ ବିଶ୍ୱଜିତ ବାରିକ (୨୧)। ଆହତ ଜଣକ ହେଲେ ରାକେଶ କୁମାର ବାରିକ(୨୨)। ସଦର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ଭଦ୍ରକର ରୁଦ୍ରପ୍ରତାପ, ବିଶ୍ୱଜିତ, ରାକେଶ, ଚନ୍ଦନ ଓ ଟିପୁ ବାରିକ ଭୁବନେଶ୍ୱର ସହିଦନଗରସ୍ଥିତ ଏକ ବିଉଟିପାର୍ଲରରେ କାର୍ଯ୍ୟ କରୁଛନ୍ତି। ବୁଧବାର ରାତିରେ ଜଣେ ବନ୍ଧୁଙ୍କ ଭୋଜିରେ ଯୋଗଦାନ କରି ବିଳମ୍ବିତ ରାତିରେ ଦୁଇଟି ବାଇକରେ ପୁରୀ ବୁଲିବାକୁ ବାହାରିଥିଲେ। ଗୋଟିଏ ବାଇକରେ ରୁଦ୍ରପ୍ରତାପ, ବିଶ୍ୱଜିତ ଓ ରାକେଶ ଆସୁଥିଲେ। ଅନ୍ୟ ବାଇକ୍‌ରେ ଚନ୍ଦନ ଓ ଟିପୁ ଯାଉଥିଲେ। ରୁଦ୍ରପ୍ରତାପ ବାଇକ ଚଳାଇ ମାଳତୀପାଟପୁରରେ ଓଭରବ୍ରିଜ ଦେଇ କୋଣାର୍କ ଆଡ଼କୁ ଯାଉଥିଲେ। ଏହି ସମୟରେ ଓଭରବ୍ରିଜ ନିକଟ ହମ୍ପସ୍‌ରେ ରୁଦ୍ରପ୍ରକାଶ ଚଳାଉଥିବା ବାଇକ୍‌ଟି ଭାରସାମ୍ୟ ହରାଇ ଓଭରବ୍ରିଜ ପାଚେରୀରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ବିଶ୍ୱଜିତ ଏବଂ ରୁଦ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ଆହତ ରାକେଶଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ଦୁଇ ସାଙ୍ଗଙ୍କ ଅବସ୍ଥା ଭଲ ଥିବା ଜଣାପଡ଼ିଛି। ଖବରପାଇ ସଦର ପୋଲିସ ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଇ ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri