ଓଭରଲୋଡିଂ ଗାଡ଼ି ଚଳାଚଳ ଉପରେ କଟକଣା: ବଜାର ଅଞ୍ଚଳରେ ୬ ଘଣ୍ଟା ବନ୍ଦ

ବନ୍ତ, ୨୮।୧୧(ଡି.ଏନ.ଏ.)-ଭଦ୍ରକ-ଆନନ୍ଦପୁର ୫୩ ନଂ. ରାଜ୍ୟ ରାଜପଥର ବନ୍ତ ବଜାର ଅଞ୍ଚଳରେ ଗତ କିଛିଦିନ ଧରି ଓଭରଲୋଡିଂ ଗାଡ଼ି ଚଳାଚଳକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏଥିସହ ଏ ସମ୍ପର୍କରେ ଜିଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଆସୁଥିଲା। ୪ ଦିନ ତଳେ ପ୍ରଶାସନ ପକ୍ଷରୁ ଓଭରଲୋଡିଂ ଗାଡ଼ି ଯାଞ୍ଚ କରାଯାଇ ଜରିମାନା ଆଦାୟ କରାଯାଇଥିଲା। ଏଥିସହ ବିଦ୍ୟାଳୟ ଓ କଲେଜ ସମୟରେ ଓଭରଲୋଡିଂ ଗାଡ଼ି ଯାତାୟାତ ବନ୍ଦ ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଥିଲେ। ପ୍ରଶାସନ ପକ୍ଷରୁ ଏହା ଉପରେ କଟକଣା ଲାଗୁ କରାଯାଇଛି। ସକାଳ ୮ଟାରୁ ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୬ ଘଣ୍ଟା ଓଭରଲୋଡିଂ ଗାଡ଼ିଗୁଡ଼ିକ ଏହି ଅଞ୍ଚଳରେ ଚଳାଚଳ କରିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି।
ମଙ୍ଗଳବାର ଅପରାହ୍ନରେ କେତେକ ଓଭରଲୋଡିଂ ଗାଡ଼ି ଚଳାଚଳ କରୁଥିବାବେଳେ ସ୍ଥାନୀୟ ଲୋକେ ଅଟକାଇ ପୋଲିସକୁ ଖବର ଦେଇଥିଲେ। ସକାଳ ୮ଟାରୁ ରାତି ୮ଟା ପର୍ଯ୍ୟନ୍ତ ଓଭରଲୋଡିଂ ଗାଡ଼ି ଚଳାଚଳ ବନ୍ଦ କରାଯାଉ ବୋଲି ସେମାନେ ଦାବି କରିଥିଲେ। ବୁଧବାର ବନ୍ତ ତହସିଲ ଅଫିସରେ ଉପଜିଲାପାଳ ପୀତାମ୍ବର ସାମଲ, ଅତିରିକ୍ତ ତହସିଲଦାର ବିଜୟ କୁମାର ସେଠୀ, ଥାନାଧିକାରୀ ମିନା ବିନ୍ଧାଣୀ ପ୍ରମୁଖ ଡମ୍ପର ମାଲିକ ସଂଘର ସଦସ୍ୟ ଏବଂ ଅଭିଯୋଗକାରୀମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହାଛଡ଼ା ବନ୍ତ ବଜାର ଅଞ୍ଚଳରେ ସ୍ପିଡିବ୍ରେକର ଲଗାଯିବା ସହ ଗାଡ଼ିଗୁଡିକ ଓଭରଲୋଡିଂ ନେବେ ନାହିଁ ଏବଂ ଧୀରେ ଗାଡ଼ି ଚଳାଇବା ଉପରେ ଗୁରୁତ୍ୱ ଦିଆଯାଇଛି। ଶେଷରେ ଅଟକ ରହିଥିବା ଗାଡ଼ିଗୁଡ଼ିକର କାଗଜପତ୍ର ଯାଞ୍ଚ କରାଯାଇ ଛାଡ଼ି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri