ଓଲଟିଲା ଛତିଶଗଡ଼ରୁ ଆସିଥିବା ତୀର୍ଥଯାତ୍ରୀ ବସ୍‌, ୩ ଗୁରୁତର

ନୂଆଗାଁ,୧୧।୩ (ଡି.ଏନ୍‌.ଏ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଡିମିରିଝରୀ ଗ୍ରାମ ନିକଟ ଖୋର୍ଦ୍ଧା- ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ତୀର୍ଥଯାତ୍ରୀ ବସ୍‌ ଓଲଟି ପଡ଼ିଛି। ଫଳରେ ବସ୍‌ରେ ଥିବା ୪୧ ଯାତ୍ରୀଙ୍କ ମଧ୍ୟରୁ ୧୯ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଘରୋଇ ବସ୍‌ ଚନ୍ଦନ (ନଂ. ସିଜି ୧୧ ଡିବି ୨୬୭୬) ଗୁରୁବାର ଛତିଶଗଡ଼ ଜିଲା ନୋୟାଗଡ଼ ଗ୍ରାମର ୪୧ ଯାତ୍ରୀଙ୍କୁ ନେଇ ପୁରୀ, କୋଣାର୍କ ଆଦି ତୀର୍ଥ ସ୍ଥାନ ଦର୍ଶନ ପାଇଁ ବାହାରିଥିଲା। ଯାତ୍ରୀମାନେ ଦର୍ଶନସାରି ମଙ୍ଗଳବାର ଗ୍ରାମକୁ ଫେରୁଥିବା ବେଳେ ନୂଆଗଁା ବ୍ଲକ ଡିମିରିଝରୀଠାରେ ବସ୍‌ଟି ଭାରସାମ୍ୟ ହରାଇ ରାଜପଥ କଡ଼କୁ ଓଲଟି ପଡ଼ିଥିଲା। ଖବର ପାଇ ନୟାଗଡ଼ ଓ ନୂଆଗାଁ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାରକରି ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ବସ୍‌ରେ ଥିବା ଅନ୍ୟ ଯାତ୍ରୀମାନଙ୍କୁ ଡିମିରିଝରୀ ଗ୍ରାମବାସୀ ଡିମିରିଝରୀ ସ୍କୁଲ ଗୃହରେ ରଖିବା ସହିତ ସେମାନଙ୍କ ଘର ଲୋକଙ୍କ ସହ ଯୋଗାଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri