Posted inଖେଳ

ଓସାକାଙ୍କୁ ଚାଇନା ଓପନ ଟାଇଟଲ

ବେଜିଂ, ୭।୧୦(ଏଏଫପି)- ବିଶ୍ୱର ନମ୍ବରଓ୍ବାନ ଆଶଲେ ବାର୍ଟିଙ୍କୁ ହରାଇ ନାଓମି ଓସାକା ଚାଇନା ଓପନ ଟେନିସ ଟାଇଟଲ ଜିତିଛନ୍ତି। ପ୍ରଥମ ସେଟ୍‌ରେ ପଛୁଆ ରହିଥିଲେ ହେଁ ସେ ସଫଳ ପ୍ରତ୍ୟାବର୍ତ୍ତନ କରି କ୍ରମାଗତ ଟାଇଟଲ ହାସଲ କରିବାରେ ସକ୍ଷମ ହୋଇଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ବାର୍ଟିଙ୍କୁ ୩-୬, ୬-୩, ୬-୨ ସେଟ୍‌ରେ ହରାଇ ଓସାକା ଚାମ୍ପିୟନ ହୋଇଛନ୍ତି। ମ୍ୟାଚଟି ୧୧୦ ମିନିଟ ଧରି ଚାଲିଥିଲା। ୨୧ ବର୍ଷୀୟା ଓସାକା ସେମିଫାଇନାଲରେ ଗତବର୍ଷର ଚାମ୍ପିୟନ କାରୋଲିନ ଓଜନିଆକିଙ୍କୁ ହରାଇଥିଲେ। ବିଶ୍ୱର ୪ ନମ୍ବର ର଼୍ୟାଙ୍କପ୍ରାପ୍ତ ଏହି ଜାପାନ ଟେନିସ ତାରକା ଗତମାସରେ ପାନ୍‌ ପାସିଫିକ୍‌ ଓପନ ଟାଇଟଲ ଜିତିଥିଲେ। ୨୩ ବର୍ଷୀୟା ବାର୍ଟି ମାତ୍ର ୩୪ ମିନିଟ ମଧ୍ୟରେ ପ୍ରଥମ ସେଟ୍‌ ଜିତି ଓସାକାଙ୍କୁ ନିରାଶ କରିଥିଲେ। ମାତ୍ର ବେଜିଂ ଦର୍ଶକଙ୍କ ଭରପୂର ସମର୍ଥନରେ ଉତ୍ସାହିତ ଓସାକା ସଫଳ ପ୍ରତ୍ୟାବର୍ତ୍ତନ କରିବାରେ ସକ୍ଷମ ହୋଇଥିଲେ। ଚଳିତ ବର୍ଷ ଓସାକାଙ୍କ ପାଇଁ ଏହାଥିଲା ୩ୟ ଏବଂ ଓଭରଅଲ୍‌ କ୍ୟାରିୟରର ୫ମ ଟାଇଟଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri