Posted inଖେଳ

ଓସିଏ କର୍ମକର୍ତ୍ତା ନିର୍ବାଚନ: ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶିତ; ୫ ପଦବୀ ପାଇଁ ୧୦ ପ୍ରାର୍ଥୀ

କଟକ ଅଫିସ,୨୩ା୯-  ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନ ନିମନ୍ତେ ରବିବାର ଘୋଷଣା ହୋଇଛି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା । ୫ ପଦବୀରେ ଏବେ ସାମ୍ନାସାମ୍ନି ହେବେ ୧୦ ପ୍ରାର୍ଥୀ । ସଭାପତି ଓ ସମ୍ପାଦକ ପଦବୀରେ ହେବ କଡା ଟକ୍କର । ସଭାପତି ପଦବୀ ନିମନ୍ତେ ପଙ୍କଜ ଲୋଚନ ମହାନ୍ତି ଓ ପ୍ରଦୀପ ଚୌହ୍ବାନ, ସମ୍ପାଦକ ପଦବୀ ନିମନ୍ତେ ନବରଞ୍ଜନ ପଟ୍ଟନାୟକ ଓ ସଞ୍ଜୟ ବେହେରାଙ୍କ ମଧ୍ୟରେ ଲଢ଼େଇ ହେବ। ଅନ୍ୟପକ୍ଷରେ ଗୋଟିଏ ପଦବୀରେ ନିର୍ବାଚନ ହେବାର ଆବଶ୍ୟକତା ରହିନି। ଆପେକ୍ସ କାଉନସିଲ ପଦବୀରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ଆଶୀର୍ବାଦ ବେହେରା ଗୋଷ୍ଠୀର ସମର୍ଥିତ ପ୍ରାର୍ଥୀ ଶୁଭାଶିଷ ସେନାପତି । ଆସନ୍ତା ୨୭ ତାରିଖରେ ନିର୍ବାଚନ ହେବ। ତେଣୁ ଆସନ୍ତା ୪ଦିନ ଅଙ୍କକଷା ଜୋରଦାର ହେବ।
ରବିବାର ଅପରାହ୍ନରେ ନିର୍ବାଚନ ଅଧିକାରୀ ମାଖନଲାଲ ମଜୁମଦାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିଥିଲେ। ଏହା ପୂର୍ବରୁ ଯୁଗ୍ମ ସମ୍ପାଦକ ପଦବୀ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ସୁନ୍ଦରଗଡ଼ ଜିଲାର ପ୍ରତିନିଧି ପ୍ରଭାତ କୁମାର ଭୋଳ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଥିଲେ । ଆଶୀର୍ବାଦଙ୍କ ଗୋଷ୍ଠୀ ପକ୍ଷରୁ ଯୁଗ୍ମ ସମ୍ପାଦକ ପଦବୀ ନିମନ୍ତେ ଗତ ଶୁକ୍ରବାର ୨ଜଣ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ଜଣେ ହେଲେ ଝାରସୁଗୁଡ଼ା ଜିଲାର ପ୍ରତିନିଧି ମେହତାବ ଖାନ ଓ ଅନ୍ୟଜଣେ ପ୍ରଭାତ । ଯୁଗ୍ମ ସମ୍ପାଦକ ପଦବୀରେ ମେହତାବଙ୍କୁ ଲଢ଼ିବାର ସୁଯୋଗ ଦେଇ ପ୍ରଭାତ ଓହରି ଯାଇଛନ୍ତି । ଏହି ପଦବୀରେ ପ୍ରଦୀପଙ୍କ ଗୋଷ୍ଠୀ ପକ୍ଷରୁ ଆଶାୟୀ ପ୍ରାର୍ଥୀ ରହିଛନ୍ତି ଦେବଗଡ଼ ଜିଲାର ପ୍ରତିନିଧି ସୁଜିତ କୁମାର ପ୍ରଧାନ। ସଭାପତି ପଦବୀରେ ବୌଦ୍ଧ ଜିଲାରୁ ପ୍ରତିନିଧି ହୋଇ ଆସିଥିବା ପଙ୍କଜଙ୍କର ଲଢ଼େଇ ହେବ କଟକର ୟୁନିୟନ ସ୍ପୋର୍ଟିଂ କ୍ଲବ ସମ୍ପାଦକ ତଥା ବରିଷ୍ଠ କ୍ରୀଡ଼ା ସଙ୍ଗଠକ ପ୍ରଦୀପଙ୍କ ସହିତ। ଅନ୍ୟପକ୍ଷରେ ଆଶୀର୍ବାଦଙ୍କ ପୁଅ ସଞ୍ଜୟ ସମ୍ପାଦକ ପଦବୀରେ ମଙ୍ଗଳା କ୍ଲବରୁ ପ୍ରତିନିଧି ହୋଇଥିବା ନବରଞ୍ଜନ ପଟ୍ଟନାୟକଙ୍କ ସହ ଲଢ଼ିବେ । ଉପସଭାପତି ପଦବୀରେ ଅକ୍ଷୟ କୁମାର ସାମନ୍ତ ଓ ପ୍ରଶାନ୍ତ ପ୍ରସାଦ ପଟ୍ଟନାୟକ, ଯୁଗସମ୍ପାଦକ ପଦବୀରେ ମେହତାବ ଖାନ ଓ ସୁଜିତ କୁମାର ପ୍ରଧାନ, କୋଷାଧ୍ୟକ୍ଷ ପଦବୀରେ ବିକାଶ ପ୍ରଧାନ ଓ ଅନୀଲ କୁମାର ବିଶ୍ୱାଳ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି । କ୍ଲବ ଓ ଜିଲା ସଂଘର ଭୋଟ ଗୁଡ଼ିକୁ ହାତେଇବା ପାଇଁ ଉଭୟ ଗୋଷ୍ଠୀ ପ୍ରୟାସ ଜାରି ରଖିଥିବାବେଳେ ସ୍କୁଲ, କଲେଜ ଗୁଡ଼ିକର ଭୋଟକୁ ନେଇ ଉତ୍ସୁକତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନିରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri