ଓସିଏ ନିର୍ବାଚନ: ପଙ୍କଜ ସଭାପତି, ସଞ୍ଜୟ ହେଲେ ସମ୍ପାଦକ

ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଶେଷ ହୋଇଛି ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌(ଓସିଏ)ର କର୍ମକର୍ତ୍ତା ନିର୍ବାଚନ। ବାରବାଟୀ ଷ୍ଟାଡିୟମର ଓସିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ନିର୍ବାଚନରେ ସଭାପତି ଭାବେ ବୈାଦ୍ଧ ଜିଲାର ପଙ୍କଜ ଲୋଚନ ମହାନ୍ତି ନିର୍ବାଚିତ ହୋଇଛନ୍ତି। ସେହିଭଳି ସମ୍ପାଦକ ଭାବେ କଟକ ଜିଲା ପ୍ରତିନିଧି ସଞ୍ଜୟ ବେହେରା ନିର୍ବାଚିତ ହୋଇଛନ୍ତି। ସଞ୍ଜୟଙ୍କୁ ମୋଟ ୭୩ ଭୋଟରୁ ୪୫ ଭୋଟ ମିଳିଥିବା ସୂଚନା ମିଳିଛି। ତାଙ୍କ ପ୍ରତିନ୍ଦ୍ୱନ୍ଦୀ ନବ ପଟ୍ଟନାୟକଙ୍କୁ ୨୫ ଭୋଟ ମିଳିଛି। ସେହିଭଳି ଉପସଭାପତି ଭାବେ ଅନୁଗୋଳ ଜିଲା ପ୍ରତିନିଧି ଅକ୍ଷୟ କୁମାର ସାମନ୍ତ, ଯୁଗ୍ମ ସମ୍ପାଦକ ଭାବେ ମେହତାବ ଖାନ, କୋଷାଧ୍ୟକ୍ଷ ଭାବେ ଖୋର୍ଦ୍ଧା ଜିଲାର ପ୍ରତିନିଧି ବିକାଶ ପ୍ରଧାନ ଜିତିଥିବା ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ଓସିଏର ମୋଟ ୬ଟି ପଦବୀ ନିମନ୍ତେ ନିର୍ବାଚନ ହେବାକୁ ସ୍ଥିର ହୋଇଥିଲା। ତେବେ ଗୋଟିଏ ପଦବୀ ନିନ୍ଦ୍ୱନ୍ଦରେ ପୂରଣ ହୋଇଥିବା ବେଳେ ୫ ପଦବୀରେ ୧୦ ପ୍ରାର୍ଥୀ ମୁହାଁମୁହିଁ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri