Posted inଖେଳ

ଓସିଏ ପଦାଧିକାରୀଙ୍କୁ ଭେଟିଲା ଓସ୍‌ଜା ପ୍ରତିନିଧି ଦଳ

ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି)- ”ତୃଣମୂଳ ସ୍ତରରୁ ପ୍ରତିଭା ଚିହ୍ନଟ ସହ ଏକାଡେମୀ ସ୍ଥାପନ କରିବା ଏବଂ କ୍ରିକେଟ ଭିତ୍ତିଭୂମିର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ କ୍ରିକେଟର ବିକାଶ ପାଇଁ ନୂଆ ଟିମ୍‌ ନିଷ୍ଠାର ସହ କାର୍ଯ୍ୟ କରିବ। ଏଥିପାଇଁ ସମସ୍ତଙ୍କ ଗଠନମୂଳକ ସହଯୋଗ ଆବଶ୍ୟକ“। ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ(ଓସ୍‌ଜା)ର ଏକ ପ୍ରତିନିଧି ଦଳ ଗୁରୁବାର କଟକରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ନବ ନିର୍ବାଚିତ କର୍ମକର୍ତ୍ତାଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଅବସରରେ ଏହା ପ୍ରକାଶ କରିଛନ୍ତି ନୂଆ ସମ୍ପାଦକ ସଞ୍ଜୟ ବେହେରା। ରାଜ୍ୟରେ କ୍ରିକେଟର କିପରି ସର୍ବାଙ୍ଗୀନ ଉନ୍ନତି ହୋଇପାରିବ ସେଥିପାଇଁ ଆବଶ୍ୟକ ପରାମର୍ଶ ଦେବାକୁ ସେ କ୍ରୀଡ଼ା ଖବରଦାତାଙ୍କୁ ଅନୁରୋଧ କରିଥିଲେ। କ୍ରୀଡ଼ା ଖବରଦାତାଙ୍କର ସମସ୍ତ ଅସୁବିଧା ଦୂର ପାଇଁ ଓସିଏ ଯଥାସାଧ୍ୟ ଚେଷ୍ଟା କରିବ ବୋଲି ମଧ୍ୟ ସେ ପ୍ରତିଶ୍ରୁତି ଦେଇଥିଲେ। ଉଭୟ କଟକ ଓ ଭୁବନେଶ୍ୱରକୁ ନେଇ ମିଡିଆ କପ୍‌ କ୍ରିକେଟ ଆୟୋଜନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ସମ୍ପାଦକ ସଞ୍ଜୟଙ୍କ ବ୍ୟତୀତ ସଭାପତି ପଙ୍କଜ ଲୋଚନ ମହାନ୍ତି, ଉପସଭାପତି ଅକ୍ଷୟ କୁମାର ସାମନ୍ତ, ଯୁଗ୍ମ ସମ୍ପାଦକ ମେହତାବ ଖାଁ, କୋଷାଧ୍ୟକ୍ଷ ବିକାଶ ପ୍ରଧାନ ଏବଂ ଆପେକ୍ସ କାଉନ୍‌ସିଲ ସଦସ୍ୟ ଶୁଭାଶିଷ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ। ଓସ୍‌ଜା ପ୍ରତିନିଧି ଦଳରେ ସଭାପତି ସନ୍ଦୀପ ମିଶ୍ର, କାର୍ଯ୍ୟକାରୀ ସଭାପତି କେ. ରବି, ଉପସଭାପତି ଦେବୀପ୍ରସନ୍ନ ମହାନ୍ତି, ସମ୍ପାଦକ ସମ୍ବିତ ମହାପାତ୍ର, ଯୁଗ୍ମ ସମ୍ପାଦକ ତପନ କୁମାର ସ୍ବାଇଁ, ଦେବାଶିଷ ସୁନ୍ଦରାୟ, ସୂର୍ଯ୍ୟପ୍ରସାଦ ରଥ, ତନ୍ମୟ ଦାସ, ଦୀପ୍ତି ରଞ୍ଜନ ସାମଲ, ବେଣୁଧର ଦାସ, ସୌଭାଗ୍ୟ କୁମାର ରଥ, ସୁଜିତ ଦାସ, ସନ୍ତୋଷ ମହାନ୍ତି, କୁମାରଶ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?