ଓସ୍କାର ଦୌଡ଼ରେ ଜୋସେଫ୍‌

ଭୁବନେଶ୍ୱର: ଏକାଡେମୀ ଅଫ୍‌ ମୋଶନ ପିକ୍‌ଚର୍‌ ଆର୍ଟସ ଆଣ୍ଡ ସାଇନ୍ସେସ୍‌ ଦ୍ୱାରା ନିକଟରେ ବିଶ୍ୱର ସର୍ବବୃହତ୍‌ ଚଳଚ୍ଚିତ୍ର ପୁରସ୍କାର ‘ଓସ୍କାର’ ୨୦୧୯ରେ ସାମିଲ ହୋଇଥିବା ଚଳଚ୍ଚିତ୍ରର ତାଲିକା ପ୍ରକାଶ ପାଇଥିବା ବେଳେ ଏଥିରେ ସାମିଲ ହୋଇଛି ଓଡ଼ିଆ ଫିଲ୍ମ ନିର୍ମାତାଙ୍କ ଚଳଚ୍ଚିତ୍ର ‘ଜୋସେଫ୍‌ (ବର୍ନ ଇନ୍‌ ଗ୍ରେସ୍‌)’। ଓସ୍କାର ପାଇଁ ଯୋଗ୍ୟ ବିବେଚିତ ୩୪୪ଟି ଫିଚର୍‌ ଫିଲ୍ମ ମଧ୍ୟରେ ଏହା ସ୍ଥାନ ପାଇଛି। ଅଶୋକ ମହାପାତ୍ରଙ୍କ ପ୍ରଯୋଜନାରେ ନିର୍ମିତ ଏହି ଚଳଚ୍ଚିତ୍ର ନିର୍ଦ୍ଦେଶନା ଦେଇଛନ୍ତି ଓଡ଼ିଶା ଜନ୍ମିତ ଫିଲ୍ମମେକର ସୁଶାନ୍ତ ମିଶ୍ର। ଫିଲ୍ମର ବିଭିନ୍ନ ଭୂମିକାରେ ଭିକ୍ଟର ବାନାର୍ଜୀ, ଅନାମିକା ଗୋସ୍ବାମୀ, ଦୀପିକା ଏଲିଜାବେଥ୍‌ ଲାକ୍ରା, ହେମା ନୋରିୟାଲ୍‌, ସୁବ୍ରତ ଦତ୍ତ, ଦେବାଶିଷ ସାହୁ, ଗୌତମ ଚାଟାର୍ଜୀ, ଦୀପେଶ ବିଷ୍ଟ୍‌ ପ୍ରମୁଖ ଅଭିନୟ କରିଛନ୍ତି। ଉମାକାନ୍ତ ମହାପାତ୍ରଙ୍କ ଲିଖିତ କ୍ଷୁଦ୍ରଗଳ୍ପ ‘ଜୋସେଫ୍‌’ ଉପରେ ଏହି ଫିଲ୍ମ ପ୍ରସ୍ତୁତ ହୋଇଛି, ଯାହା ୧୯୬୦ରୁ ୧୯୮୦ ମଧ୍ୟରେ ହିମାଳୟ ପାଦଦେଶର ଏକ କାହାଣୀ ଉପରେ ଆଧାରିତ। ‘ଜୋସେଫ୍‌-ବର୍ନ ଇନ୍‌ ଗ୍ରେସ୍‌’ ସୁଶାନ୍ତଙ୍କ ଦ୍ୱାରା ନିର୍ଦ୍ଦେଶିତ ୪ର୍ଥ ଫିଚର ଫିଲ୍ମ ହୋଇଥିବା ବେଳେ ପୂର୍ବରୁ ସେ ୧୯୯୩ରେ ‘ଇନ୍ଦ୍ରଧନୁର୍‌ ଛାଇ’, ୨୦୦୦ରେ ଓଡ଼ିଆ ଫିଲ୍ମ ‘ବିଶ୍ୱପ୍ରକାଶ’ ଏବଂ ଉଭୟ ହିନ୍ଦୀ ଓ ଓଡ଼ିଆ ଭାଷାରେ ଚଳଚ୍ଚିତ୍ର ‘ଧରିନି’କୁ ନିର୍ଦ୍ଦେଶନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri