ଓହଳିପଡ଼ିଥିବା ବିଦ୍ୟୁତ୍‌ ତାର ନେଲା ଜୀବନ: ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତା ଅବରୋଧ

ଠାକୁରମୁଣ୍ଡା,୧୮।୮(ଡ଼ି. ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ବିଭିନ୍ନ ସ୍ଥାନରେ ଓହଳି ରହିଥିବା ତାର ସଜଡ଼ା ଯାଉନାହିଁ। ଏଥିଲାଗି ଦୁର୍ଘଟଣା ଘଟି ଅକାଳରେ ଜୀବନ ଯାଉଛି। ଶନିବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ଲାଗିଥିବା ଖମଡ଼ିହା ଛକ ନିକଟରେ ଗାଈ ଚରାଉଥିବା ସାଦ ବୁଲିଓଲି(୧୬) ନାମକ ଜଣେ ବାଳକ ତଳକୁ ଝୁଲି ପଡ଼ିଥିବା ୧୧କେ.ଭି. ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ଏହି ମତ୍ୟୁ ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବି କରି ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାକୁ ଅପରାହ୍ନ ୨ଟାରୁ ରାତି ୮ଟା ପର୍ଯ୍ୟନ୍ତ ଅବରୋଧ କରି ରଖିଥିଲେ। ଫଳରେ ଯାନବାହନ ଚଳାଚଳ ବ୍ୟାହତ ହୋଇଥିଲା। ପୋଲିସ ଓ ପ୍ରଶାସନ ଅଧିକାରୀ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରି ଦାବି ପୂରଣ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା।
ଗ୍ରାମବାସୀଙ୍କ ସୂଚନା ଅନୁଯାୟୀ, ବାଘମୁଣ୍ଡା ଗ୍ରାମର ବାଳକ ସାଦ ବୁଲିଓଲି ଖୁଣ୍ଟାପୋଷୀ ଗ୍ରାମ ନିକଟସ୍ଥ ଏକ ପୋଖରୀ କୂଳରେ ଗାଈ ଚରାଉଥିବା ବେଳେ ୧୧କେ.ଭି. ବିଦ୍ୟୁତ୍‌ ଖୁଣ୍ଟରୁ କିଛି ଦିନ ପୂର୍ବରୁ ଝୁଲି ରହିଥିବା ବିଦ୍ୟୁତ୍‌ ତାରରେ ଲାଗି ଯାଇଥିଲେ। ସ୍ଥାନୀୟ ଲୋକେ ତାର ଓହଳିଥିବା ସମ୍ପର୍କରେ ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ଏହାକୁ ସଜଡ଼ା ଯାଇ ନ ଥିଲା। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବି କରିବା ସାଙ୍ଗକୁ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାକୁ ଅବରୋଧ କରିଥିଲେ। ସ୍ଥାନୀୟ ତହସିଲଦାର ପ୍ରଦ୍ୟୁମ୍ନ କୁମାର ନାୟକ, ଏସ୍‌ଡିପିଓ ନାରାୟଣ ନାୟକ, ଠାକୁରମୁଣ୍ଡା ଓ ମହୁଲଡିହା ଥାନା ପୋଲିସ ସେଠାରେ ପହଞ୍ଚତ୍ ରାସ୍ତା ଅବରୋଧକାରୀଙ୍କ ସହିତ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ସ୍ଥାନୀୟ ଜନବସତି ଅଞ୍ଚଳ ଦେଇ ୧୧କେ.ଭି. ବିଦ୍ୟୁତ୍‌ ଲାଇନ୍‌ ଯାଇଥିଲେ ମଧ୍ୟ ଦୀର୍ଘଦିନ ଧରି ବିଭିନ୍ନ ସ୍ଥାନରେ ତାର ତଳକୁ ଝୁଲି ରହିଥିଲେ ବି ଏହାକୁ କାହିଁକି ସଜଡ଼ା ଯାଉନାହିଁ ବୋଲି ଗ୍ରାମବାସୀ ପ୍ରଶ୍ନ କରି ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କୁ ଅଡୁଆରେ ପକାଇଥିଲେ। ଶେଷରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୫୦ହଜାର ଟଙ୍କା ସହାୟତା ଦିଆଯିବ ବୋଲି କୁହାଯାଇ ସଙ୍ଗେସଙ୍ଗେ ୨୫ହଜାର ଟଙ୍କା ଦିଆଯିବାରୁ ରାସ୍ତା ଅବରୋଧ ହଟିଥିଲା। ପରେ ପୋଲିସ ବାଳକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri